ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀକୁ ଲକ୍ଡାଉନ୍ ଅଞ୍ଚଳରେ ଲୋକମାନଙ୍କୁ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଥିଲା। ସୋମବାର ମହିଳା କଂଗ୍ରେସ ତରଫରୁ ସହରର ଦାମୋଦରପୁର, ବାରବାଟୀ, ବାଲିଘାଟରାସ୍ତା, ଦୌଡ଼ିଭଙ୍ଗା ପ୍ରମୁଖ ଅଞ୍ଚଳରେ ୧୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସେହିପରି ରେମୁଣାର ବିଭିନ୍ନ ସ୍ଥାନରେ ୨ହଜାର ଲୋକଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ତଥା ଜିଲା କଣ୍ଟ୍ରୋଲରୁମ୍ ଇନଚାର୍ଜ ସଞ୍ଜୀବ ଗିରି, ନଗର କମିଟି ସଭାପତି ପଦ୍ମଲୋଚନ ଲେଙ୍କା, ରାଜ୍ୟମହିଳା କଂଗ୍ରେସ ପୂର୍ବତନ ସାଧାରଣ ସମ୍ପାଦକ ଅର୍ଚ୍ଚନା ନନ୍ଦୀ, ଅପର୍ଣ୍ଣା କର, ମଞ୍ଜୁ ବର୍ଦ୍ଧନ, ବାସନ୍ତୀ ନାୟକ, ପ୍ରତାପ ସେଠୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ,ଜିଲ୍ଲା ପୂର୍ବତନ ଉପସଭାପତି ଗୋପୀନାଥ ପାଢ଼ୀ, ସମିତିସଭ୍ୟ ରଞ୍ଜନ ଦାସ, ଜ୍ଞାନରଞ୍ଜନ ମହାନ୍ତି, ଗୌତମ ସାହୁ, ଦେବଦତ ଦାସ ପ୍ରମୁଖ ଉପସ୍ଥିତ ରହି ପଥଚାରୀମାନଙ୍କୁ ମାସ୍କ ବଣ୍ଟନ କରିଥିଲେ।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

