କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀକୁ ଲକ୍‌ଡାଉନ୍‌ ଅଞ୍ଚଳରେ ଲୋକମାନଙ୍କୁ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଥିଲା। ସୋମବାର ମହିଳା କଂଗ୍ରେସ ତରଫରୁ ସହରର ଦାମୋଦରପୁର, ବାରବାଟୀ, ବାଲିଘାଟରାସ୍ତା, ଦୌଡ଼ିଭଙ୍ଗା ପ୍ରମୁଖ ଅଞ୍ଚଳରେ ୧୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସେହିପରି ରେମୁଣାର ବିଭିନ୍ନ ସ୍ଥାନରେ ୨ହଜାର ଲୋକଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ତଥା ଜିଲା କଣ୍ଟ୍ରୋଲରୁମ୍‌ ଇନଚାର୍ଜ ସଞ୍ଜୀବ ଗିରି, ନଗର କମିଟି ସଭାପତି ପଦ୍ମଲୋଚନ ଲେଙ୍କା, ରାଜ୍ୟମହିଳା କଂଗ୍ରେସ ପୂର୍ବତନ ସାଧାରଣ ସମ୍ପାଦକ ଅର୍ଚ୍ଚନା ନନ୍ଦୀ, ଅପର୍ଣ୍ଣା କର, ମଞ୍ଜୁ ବର୍ଦ୍ଧନ, ବାସନ୍ତୀ ନାୟକ, ପ୍ରତାପ ସେଠୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ,ଜିଲ୍ଲା ପୂର୍ବତନ ଉପସଭାପତି ଗୋପୀନାଥ ପାଢ଼ୀ, ସମିତିସଭ୍ୟ ରଞ୍ଜନ ଦାସ, ଜ୍ଞାନରଞ୍ଜନ ମହାନ୍ତି, ଗୌତମ ସାହୁ, ଦେବଦତ ଦାସ ପ୍ରମୁଖ ଉପସ୍ଥିତ ରହି ପଥଚାରୀମାନଙ୍କୁ ମାସ୍କ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri