କଂଗ୍ରେସ ଭାଇଙ୍କ ପରଲୋକ

ଠାକୁରମୁଣ୍ଡା, ୨୧ା୩(ଡି.ଏନ.ଏ): ମୟୂରଭଞ୍ଜର ଭୂମିପୁତ୍ର ସେବକ କଂଗ୍ରେସ ଭାଇଙ୍କର ଶୁକ୍ରବାର ପରଲୋକ ଘଟିଛି। ଶ୍ୱାସ ରୋଗରେ ପୀଡ଼ିତ ହୋଇ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ମଧ୍ୟାହ୍ନ ୧୨.୩୦ ମିନିଟ ସମୟରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଏହି ଖବର ପ୍ରସାରିତ ହେବା ପରେ ପାଞ୍ଚପୀଢ ଉପଖଣ୍ଡ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସ୍ବର୍ଗତ କଂଗ୍ରେସ ଭାଇ ଛାତ୍ର ଜୀବନରେ ଆଚାର୍ଯ୍ୟ ବିନୋବା ଭାବେଙ୍କ ସହିତ ରହି କାର୍ଯ୍ୟ କରି ଆସୁଥିଲେ। ସେ ଭୂଦାନ ଆନ୍ଦୋଳନରେ ଯୋଗ ଦେଇଥିଲେ। ଓଡ଼ିିଶାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ସମ୍ମାନୀତ କରାଯାଇଛି। ସେ ବହୁ ଲେଖା ଏବଂ କବିତା ଲେଖି ଯାଇଛନ୍ତି। କରଞ୍ଜିଆ ନିକଟ କୁରୁଲିଆଠାରେ ଏକ ଅନାଥ ଆଶ୍ରମ କରି ଅସହାୟ ପିଲାମାନଙ୍କୁ ଶିକ୍ଷାଦାନ କରାଉଥିଲେ। ମରଶରୀର କରଞ୍ଜିଆଠାରେ ପହଞ୍ଚିବା ପରେ ଉପ ଜିଲାପାଳଙ୍କ ସମେତ ବିଭିନ୍ନ ସରକାରୀ ଅଧିକାରୀ, ବୁଦ୍ଧିଜୀବୀ, ସାଧାରଣ ଲୋକ ତାଙ୍କର ଶେଷ ଦର୍ଶନ କରିଥିଲେ। ଜନ୍ମସ୍ଥାନ ରରୁଆଁ ବ୍ଲକ ସିରାକୁଲ ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ଶ୍ରୀ ଜଗନ୍ନାଥ ମନ୍ଦିର ଘଣ୍ଟ ଚୋରି କରି ନେଇଥିଲେ, ସିସିଟିଭି ଫୁଟେଜ୍‌ରୁ ଚିହ୍ନଟ କରି ଅଭିଯୁକ୍ତଙ୍କୁ ଗିରଫ, କୋର୍ଟ ଚାଲାଣ ପରେ…

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ…

ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍‌ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ

ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri