Posted inଜାତୀୟ

‘କଂଗ୍ରେସ ଯୋଗୁ ଡେମ୍‌ଚୋକ୍‌ ଯାଏ ମାଡ଼ିଆସିଥିଲା ଚାଇନା’

ଲେହ,୧୯ା୮(ପି.ଟି.): କଂଗ୍ରେସ ଶାସନ ଅମଳରେ ପ୍ରତିରକ୍ଷା ନୀତିରେ ଲଦାଖକୁ ଉପଯୁକ୍ତ ଗୁରୁତ୍ୱ ଦିଆଯାଇ ନ ଥିବାରୁ ଚାଇନା ଡେମ୍‌ଚୋକ୍‌ ସେକ୍ଟର ପର୍ଯ୍ୟନ୍ତ ମାଡ଼ିଆସିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରରୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ପାର୍ଲାମେଣ୍ଟରେ ବିଲ୍‌ ଆଗତ ବେଳେ ନିମ୍ନ ସଦନରେ ସାରଗର୍ଭକ ଭାଷଣ ଦେଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଭାଜପା ସଦସ୍ୟ ଜାମ୍‌ୟାଙ୍ଗ୍‌ ସେରିଙ୍ଗ୍‌ ନାମଗ୍ୟାଲ ରବିବାର ଏହି ମନ୍ତବ୍ୟ ଦେଇଛନ୍ତି।
ପ୍ରଥମଥର ପାଇଁ ପ୍ରତିନିଧିତ୍ୱ କରୁଥିବା ୩୪ ବର୍ଷୀୟ ଏମ୍‌ପି ନାମ୍‌ଗ୍ୟାଲ ଏକ ସାକ୍ଷାତ୍‌କାରରେ କହିଛନ୍ତି, ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିରେ ତୁଷ୍ଟୀକରଣ ନୀତି ଆପଣାଇ କଂଗ୍ରେସ ସରକାର କଶ୍ମୀରକୁ ବରବାଦ କରିଦେଇଥିଲା। ଏଥିଯୋଗୁ ଲଦାଖ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ପ୍ରଣୀତ ‘ଫରଓ୍ବାର୍ଡ ପଲିସି’ ଚାଇନା ଆଡ଼କୁ ଆମେ ଧୀରେ ଧୀରେ ଅଗ୍ରସର ହେବା ସପକ୍ଷରେ ଉଦ୍ଦିଷ୍ଟ ଥିଲା ବୋଲି କୁହାଯାଏ। କାର୍ଯ୍ୟକାରୀ କରିବା ସମୟରେ ଏହି ନୀତି ‘ବ୍ୟାକ୍‌ଓ୍ବାର୍ଡ ପଲିସି’ରେ ପରିଣତ ହୋଇଥିଲା। ଫଳରେ ଚାଇନା ସୈନ୍ୟ ଆମ ଭୂଖଣ୍ଡରେ ଅନୁପ୍ରବେଶ କରିଆସିଥିଲା ବୋଲି ସେ ଦୋଷ ଦେଇଛନ୍ତି। ଏହି କାରଣରୁ ଅକ୍ସାଇ ଚୀନ୍‌ ସମ୍ପୂର୍ଣ୍ଣ ଭାବେ ଚାଇନା ଅଧୀନକୁ ଚାଲିଯାଇଛି। ପିପୁଲ୍ସ ଲିବରେଶନ୍‌ ଆର୍ମି (ପିଏଲ୍‌ଏ) ଡେମ୍‌ଚୋକ୍‌ର ନାଲ୍ଲା ପର୍ଯ୍ୟନ୍ତ ଅଗ୍ରସର ହୋଇଛି। କାରଣ ଲଦାଖବାସୀଙ୍କୁ କଂଗ୍ରେସର ୫୫ ବର୍ଷ ଶାସନରେ ଗୁରୁତ୍ୱ ଦିଆଯାଇ ନ ଥିଲା। କିନ୍ତୁ ଏବେ ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରାଯିବା ପରେ ଏହି କ୍ଷେତ୍ରକୁ ଉପଯୁକ୍ତ ପ୍ରାଧାନ୍ୟ ମିଳିବ ବୋଲି ନାମ୍‌ଗ୍ୟାଲ ଦୃଢ଼ୋକ୍ତି ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?