Posted inଜାତୀୟ

କଂଗ୍ରେସ ଷ୍ଟାର ପ୍ରଚାରକଙ୍କ ତାଲିକାରେ ନାହିଁ ପ୍ରିୟଙ୍କାଙ୍କ ନାଁ

ନୂଆଦିଲ୍ଲୀ,୧୪।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଗୁରୁବାର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କର ଏକ ତାଲିକା ପ୍ରକାଶ ପାଇଥିଲା। ହେଲେ ଏଥିରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାଁ ନ ଥିବା ଏବେ ଆଲୋଚନାର ବିଷୟ ପାଲଟିଛି। ଏହି ତାଲିକାରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁ ଥିବା ବେଳେ ପ୍ରିୟଙ୍କାଙ୍କ ନାଁ କିପରି ନ ରହିଲା ତାହା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ବିଧାନସଭାର ୩୧ ଆସନରେ କଂଗ୍ରେସ ହେମନ୍ତ ସୋରେନଙ୍କ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଓ ଲାଲୁ ପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ ସହ ମେଣ୍ଟ କରି ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଠାରେ ୫ଟି ପର୍ଯ୍ୟାୟରେ ଅର୍ଥାତ୍‌ ନଭେମ୍ବର ୩୦ରୁ ଡିସେମ୍ବର ୨୦ ମଧ୍ୟରେ ମତଦାନ କରାଯିବ। ଡିସେମ୍ବର ୨୨ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri