କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା

ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ ମହାରାଜା ସ୍ଥାନୀୟ ଲୋକମଣ୍ଡପ ପଡ଼ିଆସ୍ଥିତ ରାଜ ଦରବାରକୁ ଆସିଥିଲେ। ଶ୍ରୀକୃଷ୍ଣ ବଳରାମଙ୍କୁ ହତ୍ୟା କରିବା ପାଇଁ ସେ ନିଜର ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ ସାମନ୍ତଙ୍କ ସହିତ ରଣକୌଶଳ ପ୍ରସ୍ତୁତ କରିଥିଲେ। ଅନ୍ୟପଟେ ଶ୍ରୀକୃଷ୍ଣ ହାଟପଦା ମଞ୍ଚରେ ଶିବଧନୁ ଭଙ୍ଗ କରିଥିବାବେଳେ ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା। ବେନିଭାଇଙ୍କୁ ହତ୍ୟା କରିବାରେ ସେମାନେ ନିଶ୍ଚୟ ସକ୍ଷମ ହେବେ ବୋଲି କଂସ ମହାରାଜଙ୍କ ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଦରବାରରେ ନିଜ ପରାକ୍ରମ ଦେଖାଇଥିଲେ। ସେହିପରି କଂସ ମହାରାଜ ମଧ୍ୟ ରାଣୀ ପଦ୍ମାବତୀଙ୍କ ବାରଣ ସତ୍ତ୍ବେ ନିଜର ପରାକ୍ରମ ଦେଖାଇବାକୁ ରଣାଙ୍ଗନକୁ ଓହ୍ଲାଇଥିଲେ। ମାତ୍ର ଶେଷରେ ଶ୍ରୀକୃଷ୍ଣଙ୍କ ସ୍ପର୍ଶ ଏବଂ ବଳରାମଙ୍କ ହଳଧର ମୁଦଗରରେ କଂସଙ୍କ ନିଧନ ହୋଇଥିଲା ଏବଂ ମହାରାଜା ଉଗ୍ରସେନଙ୍କ ପୁଣି ରାଜାଭିଷେକ ହୋଇଥିଲା। ସେହିପରି ଶ୍ରୀକୃଷ୍ଣ, ବଳରାମ ମଥୁରା କାରଗାରକୁ ଯାଇ ବନ୍ଦୀ ଥିବା ଦେବକୀ ଓ ବସୁଦେବଙ୍କୁ ମୁକ୍ତ କରିଥିଲେ। ଏହାପରେ ମଥୁରାବାସୀ ବାଣ ଫୁଟାଇ ଏବଂ ଲଡୁ ବାଣ୍ଟି ଖୁସି ମନାଇଥିଲେ। ଅନ୍ୟପଟେ କଂସ ଅଭିନେତା ବରଗଡ଼ ବ୍ଲକ ସରଲା ଗ୍ରାମର ଭୁବନେଶ୍ୱର ପ୍ରଧାନ ପାପରୁ ମୁକ୍ତି ପାଇଁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ବାହାରିଥିଲେ। ଶନିବାର ସକାଳେ ସେ ପୁରୀରେ ପହଞ୍ଚି ମହୋଦଧିରେ ସ୍ନାନ ଓ ଶ୍ରୀକ୍ଷେତ୍ର ଦର୍ଶନ ସହିତ ଶଙ୍କରାଚାର୍ଯ୍ୟଠାରୁ ଆଶିଷ ଲୋଡ଼ିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri