କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଏ ନେଇ ଗୁରୁବାର ନାଏବ ସରପଞ୍ଚଙ୍କ ସହ ସମସ୍ତ ୱାର୍ଡ ସଭ୍ୟାସଭ୍ୟ ଉପ ଜିଲାପାଳ ନାରାୟଣ ଚନ୍ଦ୍ର ଧଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ନାଏବ ସରପଞ୍ଚ ବେଲ ମୁଣ୍ଡାଙ୍କ ନେତୃତ୍ୱରେ ଗତ ୧୬ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପଞ୍ଚାୟତିରାଜ ନିୟମ ଅନୁଯାୟୀ ସରପଞ୍ଚ କାର୍ଯ୍ୟ ନ କରି ନିଜ ଇଚ୍ଛା ମୁତାବକ ବିଭିନ୍ନ କାର୍ଯ୍ୟ କରିବା, ଏକାଧିକ ଉନ୍ନୟନମୂଳକ କାର୍ଯ୍ୟକୁ ନିଜେ ଠିକାଦାରି କରିବା ଏବଂ ୨ ମାସ ହେବ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟ ଖସଡ଼ାର କୌଣସି ବୈଠକ କରା ନ ଯାଇ କିପରି ନିର୍ମାଣ କାର୍ଯ୍ୟ କରାଯାଉଛି ବୋଲି ବୈଠକରେ ପ୍ରଶ୍ନ ଉଠାଇବା ସହ ତୁରନ୍ତ ଅନାସ୍ଥା କରିବାକୁ ସହମତି ପ୍ରକାଶ ପାଇଥିଲା ା ସୁରେଶ ଦେହୁରୀ, ଚନ୍ଦମଣି ଦେହୁରୀ, ଟୁନା ମୁଣ୍ଡା, ଲକ୍ଷ୍ମଣ ମୁଣ୍ଡା, ସଞ୍ଜୟ ମୁର୍ମୁ, ଅଜୁ ମୁର୍ମୁ, ଜଗନ୍ନାଥ ସେଠୀ ପ୍ରମୁଖ ବୈଠକରେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଏହି ପଞ୍ଚାୟତରେ ୧୨ ଜଣ ୱାର୍ଡ ସଭ୍ୟାସଭ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri