କଏଦୀଙ୍କୁ ବଣ୍ଟାଯିବ ସାନିଟାଇଜର, ମାସ୍କ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ କଏଦୀମାନଙ୍କୁ ଭିଡିଓ କନ୍‌ଫରେନ୍ସରେ ହାଜର କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଏକ ଚିଠି କରାଯାଇ ଗାଇଡଲାଇନ୍‌ ଜାରି କରାଯାଇଥିଲା। ହେଲେ ସୋମବାର ଭୁବନେଶ୍ୱର କୋର୍ଟରେ ମାମଲାର ବିଚାର ପାଇଁ ଏକଦୀମାନଙ୍କୁ ବ୍ୟକ୍ତିଗତ ଭାବେ ହାଜର କରାଯାଇଥିଲା। ଭୁବନେଶ୍ୱର ବାର ଆସୋସିଏଶନର ପୂର୍ବତନ ସଭାପତି ଦୁର୍ଗାମାଧବ ମିଶ୍ର କହିଛନ୍ତି ଯେ, ସ୍ଥାନୀୟ କୋର୍ଟରେ ପ୍ରବଳ ଗହଳି ରହିଥିବାରୁ କଏଦୀମାନଙ୍କୁ ବ୍ୟକ୍ତିଗତ ହାଜର କରିବା ଠିକ୍‌ ନୁହେଁ। ସରକାରୀ ଗାଇଡ୍‌ଲାଇନକୁ ନ ମାନି କଏଦୀଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଜେଲ ବିଭାଗ ବୋଲି ମିଶ୍ର କହିଛନ୍ତି। ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି, କୋର୍ଟରେ କଏଦୀଙ୍କୁ ବ୍ୟକ୍ତିଗତ ଭାବେ ନା ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ହାଜର କରାଯିବ ସେନେଇ ବିଚାରପତି ମାମଲାର ଗୁରୁତ୍ୱକୁ ଦେଖି ନିଷ୍ପତ୍ତି ନେବେ।
ଜେଲ ବିଭାଗ କଏଦୀଙ୍କ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଛି। ରାଜ୍ୟର ୯୦ ଜେଲର କଏଦୀଙ୍କୁ ମାସ୍କ ଏବଂ ସାନିଟାଇଜର ବଣ୍ଟାଯିବ। ବର୍ତ୍ତମାନ ପ୍ରତି କଏଦୀଙ୍କୁ ସାବୁନ ଦିଆଯିବା ସହ ହାତ ଧୋଇବାକୁ କୁହାଯାଇଛି। ଯଦି କୌଣସି ରୋଗୀଙ୍କୁ କରୋନା ହୋଇଥିବା ନେଇ ସଙ୍କେତ ମିଳିବ, ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯିବ ବୋଲି ଉପାଧ୍ୟାୟ ସୂଚନା ଦେଇଛନ୍ତି। ସୋମବାର ଭୁବନେଶ୍ୱର କୋର୍ଟରେ ଶତାଧିକ ଲୋକଙ୍କ ଗହଳି ହେବା ସହ ଓକିଲମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫଳରେ କରୋନା ସଂକ୍ରମଣ ହେବା ଅଧିକ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୋର୍ଟକୁ ବନ୍ଦ କରାଯାଇଛି। ତେବେ ବିଚାରପତିଙ୍କ ନିର୍ଦ୍ଦେଶକ୍ରମେ ଜରୁରୀ ମାମଲାର ଶୁଣାଣି କରାଯିବ। ହେଲେ କେବଳ ଉଭୟ ପକ୍ଷ ଏବଂ ସେମାନଙ୍କ ଓକିଲ କୋର୍ଟ ଭିତରକୁ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri