କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ

ରୂପ୍‌ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି। ସୋମବାର ରାତିରେ ପୁତୁରା ଦୀନବନ୍ଧୁ ମାରଣାସ୍ତ୍ରରେ ତାଙ୍କ କକାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୪୧୦/୧୯) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା।

ଜମିବାଡ଼ି ବିବାଦକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଦୀନବନ୍ଧୁ ଶାବଳ ଦ୍ୱାରା କକା ଭାଗବତ ଓ ତାଙ୍କ ପନତ୍ୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପନତ୍ୀଙ୍କ ସହ ଗୁରୁତର ଆହତ ଭାଗବତଙ୍କୁ ଗାଁ ଲୋକେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ସେଠାରେ ଭାଗବତଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଭାଗବତଙ୍କ ପୁଅ ଦୟାନିଧି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ଅଧିକାରୀ ଆଇଆଇସି ଧନେଶ୍ୱର ସାହୁ ଚଢ଼ାଉ କରି ମୟୂରଭଞ୍ଜର ବୈଶିଙ୍ଗା ଥାନା ଅଞ୍ଚଳରୁ ଦୀନବନ୍ଧୁଙ୍କୁ ଗିରଫ କରିଥିଲେ। ମଙ୍ଗଳବାର ଭାଗବତଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?