କଙ୍କଡ଼ାହାଡ଼କୁ ଛୁଇଁଲା କରୋନା: ଆକ୍ରାନ୍ତ ଯୁବକ ସୁରଟ୍‌ ଫେରନ୍ତା  

ଢେଙ୍କାନାଳ ଅଫିସ, ୨୪।୫-ଢେଙ୍କାନାଳ ଜିଲାର ଆଦିବାସୀବହୁଳ କଙ୍କଡ଼ାହାଡ଼ ବ୍ଲକକୁ ଛୁଇଁଛି କରୋନା। ଶନିବାର ଜଣେ ସୁରତ ଫେରନ୍ତାଙ୍କ ନିକଟରେ କୋଭିଡ୍‌-୧୯ ଭୂତାଣୁଠାବ କରାଯାଇଛି। ଏଥିସହିତ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି।
ଆକ୍ରାନ୍ତ ଯୁବକଙ୍କ ବୟସ ୩୫ବର୍ଷ। ତାଙ୍କ ଘର ଗତରେଇ ଗ୍ରାମରେ। ସେ ଗତ ୧୪ ତାରିଖରେ ସୁରଟ୍‌ରୁ ସ୍ପେଶାଲ ଟ୍ରେନ୍‌ରେ ଗଞ୍ଜାମ ଜିଲାର ଛତ୍ରପୁରଠାରେ ପହଞ୍ଚତ୍ଥିଲେ। ତାଙ୍କୁ ଛତ୍ରପୁରସ୍ଥିତ ଆଦର୍ଶ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା। ସେଠାରୁ ୧୬ ତାରିଖରେ ଏକ ସ୍ବତନ୍ତ୍ର ବସ୍‌ରେ ବାହାରି ସେ ୧୭ ତାରିଖରେ କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ଥିଲେ। ସେଠାରେ ସଙ୍ଗରୋଧରେ ଥିଲେ। ୨୦ ତାରିଖରେ ତାଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା ା ୨୩ ତାରିଖରେ ଆସିଥିବା ରିପୋର୍ଟରେ ତାଙ୍କୁ ପଜିଟିଭ୍‌ ଭାବେ ଚିହ୍ନଟ କରାଯାଇଥିଲା। ତାଙ୍କୁ ଚିକିତ୍ସା ଲାଗି ତାଳଚେର କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ସୂଚନାଯୋଗ୍ୟ, ଜିଲାର କ୍ୱାରାଣ୍ଟାଇନ୍‌ରେ ଥିବା ୫୨ଜଣଙ୍କ ସ୍ବାବ୍‌ ପରୀକ୍ଷା ଲାଗି ପଠାଯାଇଥିଲା। ତନ୍ମଧ୍ୟରୁ ୫୧ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଜିଲାର ୩ ପଜିଟିଭ୍‌ଙ୍କ ମଧ୍ୟରୁ ପ୍ରଥମ ରୋଗୀ ସୁସ୍ଥ ହୋଇ ଫେରିଛନ୍ତି। ଅନ୍ୟ ୨ଜଣ ଚିକିତ୍ସାଧୀନ ଅଛନ୍ତି।
ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଆକ୍ରାନ୍ତ ଯୁବକ ଜଣକ ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ତେଣୁ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ନାହିଁ। ଏଥିରେ ଜିଲାବାସୀ ଆତଙ୍କିତ ନ ହୋଇ ଗାଇଡ୍‌ଲାଇନ୍‌ ମାନି ଚଳିବାକୁ ଜିଲାପାଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri