କଙ୍ଗାରୁ କୋର୍ଟରେ ଶିକ୍ଷୟିତ୍ରୀଙ୍କ ପରିବାରକୁ ବାସନ୍ଦ ଘଟଣା ଭିଡିଓ ଭାଇରାଲ ପରେ ଗାଁ କମିଟି ବୈଠକ

ହିଞ୍ଜିଳିକାଟୁ,୨୧ା୧୦(ଡ଼ି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ କମିଟି ନିଷ୍ପତ୍ତି କରି ଗ୍ରାମର ଏକ ପରିବାରକୁ ବାସନ୍ଦ କରିବା ଘଟଣାରେ ରବିବାର ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ବାସନ୍ଦ ପରିବାର ପକ୍ଷରୁ ସୋସିଆଲ ମିଡ଼ିଆରେ ଭିଡ଼ିଓ ଜାରି ଓ ଏହାକୁ ନେଇ ଖବର ପ୍ରକାଶ ପରେ ବଡ଼ଖଣ୍ଡି ଗ୍ରାମ୍ୟ କମିଟି ପକ୍ଷରୁ ରବିବାର ମଧ୍ୟାହ୍ନରେ ଏକ ବୈଠକ ବସିଥିଲା। ଗ୍ରାମର ନାଡ଼ି ଭଗବାନଙ୍କ ପରିବାରକୁ ବାସନ୍ଦ କରାଯାଇନାହିଁ। ଭଗବାନଙ୍କ ପରିବାର ବହୁ ଦିନ ଧରି ଗ୍ରାମରେ ଅନୁପସ୍ଥିତ ରହିଛନ୍ତି ଏବଂ ସେମାନେ ଗ୍ରାମରେ ରହିଲେ ଗ୍ରାମବାସୀଙ୍କ କାୈଣସି ଆପତ୍ତି ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ଏନେଇ ୧୨ଜଣ ଗ୍ରାମବାସୀଙ୍କ ସ୍ବାକ୍ଷର ଥିବା ଚିଠି ରବିବାର ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି। ବୈଠକରେ ନିଜେ ଏସ୍‌ଡ଼ିପିଓ ପ୍ରଧାନଙ୍କ ସମେତ ବ୍ଲକ ଅଧ୍ୟକ୍ଷ ଏନ୍‌. ରଘୁନାଥ, ସରପଞ୍ଚ କେ. ଦୁର୍ଗା ପ୍ରସାଦ ରାଓ, ଗ୍ରାମବାସୀଙ୍କ ମଧ୍ୟରେ କେ. ଗୁରୁନାଥ, ଏସ. ରବୀନ୍ଦ୍ର, ପି. ଭୀମରାଜୁ, ପି. ଦୀନବନ୍ଧୁ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରକାଶ ଯେ, ଗ୍ରାମର ନାଡ଼ି ଭଗବାନ ଓ ତାଙ୍କ ସ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଶୁକ୍ରବାର ଏକ ଭିଡ଼ିଓରେ ମୁଖ୍ୟମନ୍ତ୍ରୀ, ପୋଲିସ ଓ ଗ୍ରାମବାସୀଙ୍କୁ ବାସନ୍ଦ ଉଠାଇବା ଓ ଗ୍ରାମରେ ଶାନ୍ତିରେ ବସବାସ ପାଇଁ ସୁଯୋଗ ଦେବାକୁ ନେହୁରା ହୋଇ ଭିଡ଼ିଓ କରିଥିଲେ। ଏହା ଭାଇରାଲ ପରେ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ପ୍ରଶାସନିକ କଳ ସହ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri