Posted inଜାତୀୟ

କଚୋଡି ବିକ୍ରି କରୁଥିବା ବ୍ୟକ୍ତିଙ୍କ ବର୍ଷକୁ ଆୟ ୬୦ ଲକ୍ଷ

ଲକ୍ଷ୍ନୌ,୨୪।୬: ଉତ୍ତରପ୍ରଦେଶର ଅଲିଗଡ଼ ସହରର ସୀମା ଟକିଜ୍‌ ନିକଟରେ ଥିବା ଏକ ଜଳଖିଆ ଦୋକାନୀଙ୍କ ବର୍ଷକୁ ଆୟ ୬୦ ଲକ୍ଷ ଟଙ୍କା। ଗତ ୧୦ ବର୍ଷରୁ ଦୋକାନୀ ମୁକେଶ କଚୋଡି ଓ ସିଙ୍ଗଡା ବିକ୍ରି କରିଆସୁଛନ୍ତି। ଏଥିରେ ତାଙ୍କର ବର୍ଷକୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆୟ ହେଉଥିବା ଜଣାପଡ଼ିଛି। ଏନେଇ ଖବର ପାଇବା ପରେ ଜୁନ ୨୧ରେ ଷ୍ଟେଟ ଇଣ୍ଟଲିଜେନ୍ସ ବ୍ୟୁରୋ (ଏସ୍‌ଆଇବି) ଓ ସେଲ୍ସ ଟ୍ୟାକ୍ସ ଡିପାର୍ଟମେଣ୍ଟ ଉକ୍ତ ଦୋକାନରେ ଚଢ଼ାଉ କରିଥିଲେ। ଏହି ଚଢ଼ାଉ ସମୟରେ ଯେଉଁ ସବୁ ତଥ୍ୟ ସାମ୍ନାକୁ ଆସିଥିଲା ତାକୁ ଦେଖି ଅଧିକାରୀମାନେ ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ। ଏହି ଚଢ଼ାଉ ସମୟରେ ମୁକେଶ ଏସ୍‌ଆଇବି ଅଧିକାରୀଙ୍କୁ ନିଜ ଗ୍ରାହକ ଓ ଦୋକାନ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଦେବା ସହ ନିଜ ଆୟ ନେଇ ସ୍ବୀକାର ମଧ୍ୟ କରିଥିଲେ। ତେବେ ଜଣେ ବ୍ୟକ୍ତିିଙ୍କ ଆୟ ବର୍ଷକୁ ୪୦ଲକ୍ଷରୁ ଊର୍ଦ୍ଧ୍ୱ ହେଲେ ଜିଏସ୍‌ଟିରେ ପଞ୍ଜୀକୃତ କରିବା ବାଧ୍ୟତାମଳକ। ହେଲେ ମୁକେଶଙ୍କ ଆୟ ବର୍ଷକୁ ୬୦ଲକ୍ଷ ହୋଇଥିବା ବେଳେ ବହୁ ଶୀଘ୍ର ତାଙ୍କର ଆୟ ୧କୋଟି ପହଞ୍ଚିବାର ସମ୍ଭାବନା ରହିଛି। କିନ୍ତୁ ସେ ଏବେ ପର୍ଯ୍ୟନ୍ତ ଜିଏସ୍‌ଟି ପଞ୍ଜୀକୃତ କରିନାହାନ୍ତି। ଫଳରେ ଏସ୍‌ଆଇବି ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ଏକ ସପ୍ତାହ ଧରି ଜାରି ରହିବ। ଅପରପକ୍ଷରେ ଦୋକାନୀ ମୁକେଶଙ୍କୁ ନୋଟିସ ଜାରି କରାଯିବା ସହ ମାମଲା ତଦନ୍ତ ଜାରି ରହିଛି ବୋଲି ଏସ୍‌ଆଇବିର ଡେପୁଟି କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri