କଞ୍ଚଣା ନିକଟରେ ସ୍କର୍ପିଓ ଜଳିଗଲା

ବେଗୁନିଆପଡ଼ା,୭।୭(ଡି.ଏନ.ଏ.)-କୋଦଳା ଥାନା କଞ୍ଚଣାଠାରୁ କୋଦଳା ରାସ୍ତାର ବାଲିପୋଇ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଜଳିଯାଇଛି। ଏ ନେଇ ବୁଢ଼ାଆମ୍ବ ସ୍ଥିତ ଗାଡି ମାଲିକ ଚନ୍ଦ୍ର ଶେଖର ପ୍ରଧାନ କୋଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ଗାଡି କୋଦଳାରୁ ଭୁବନେଶ୍ୱର ଯିବା ବେଳେ ବାଲିପୋଇଠାରେ ଖରାପ ହୋଇଥିଲା। ତେଣୁ ଚାଳକ ଗାଡ଼ି ରାସ୍ତା ପାର୍ଶ୍ୱରେ ରଖି ଆସିବା ପରେ ରାତିରେ କେହି ଦୁର୍ବୃତ୍ତ ଗାଡ଼ିରେ ନିଅଁ। ଲାଗାଇ ଦେଇଛନ୍ତି। କୋଦଳା ପୋଲିସ ରାତିରେ ପାଟ୍ରୋଲିଂ ବେଳେ ଗାଡି ପୋଡ଼ିବା ଦେଖି କୋଦଳା ଦମକଳକୁ ଡାକି ନିଆଁ ଲିଭାଇଥିଲା। କୋଦଳା ଥାନାଧିକାରୀ ଦିଲୀପ କୁମାର ସାହୁ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଗାଡି ଛାଡି ଯିବା ବେଳେ ଗାଡିର ଆଗ ଡୋର ଖୋଲାଥିଲା କିପରି ଓ ଏହା ଇନସ୍ୟୁରାନ୍ସ ପାଇଁ ସୁପରିକଳ୍ପିତ ଯୋଜନା ବୋଲି ପୋଲିସ ସନ୍ଦେହ କରି ଗାଡିର ସମସ୍ତ କାଗଜପତ୍ର ଯାଞ୍ଚ କରୁଛି। ତଦନ୍ତ ପରେ ଘଟଣା ଖୁଲାସା ହେବ ବୋଲି ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା କହିଛନ୍ତି।
((ଫଟୋ-ବିଏମ-୭-୧୨-ଜଳି ଯାଇଥିବା ସ୍କର୍ପିଓ ।))


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri