କଟକଣାକୁ ବେଖାତିର, ୨୧ ଗିରଫ

ଢେଙ୍କାନାଳ ଅଫିସ, ୨୫।୩-ଲକ୍‌ଡାଉନ କଟକଣାକୁ ମାନୁନାହାନ୍ତି ଜନସାଧାରଣ। ସୁରକ୍ଷାକୁ ବିପନ୍ନ କରି ଖୋଲାମେଲାରେ ବୁଲୁଛନ୍ତି। ଏହାକୁ ନେଇ କଠୋର ହୋଇଛି ଢେଙ୍କାନାଳ ଜିଲା ପ୍ରଶାସନ। ଆଇନ ଅମାନ୍ୟ ଅଭିଯୋଗରେ ବୁଧବାର ୨୧ଜଣଙ୍କୁ ଗିରଫ କରାଯାଇଛି। ୨୧ ଗାଡ଼ି ଜବତ କରାଯିବା ସହ ୪୨ହଜାର ଟଙ୍କା ଜରିମାନା ଆଦାୟ ହୋଇଛି ା ଏସ୍‌ପି ଅନୁପମା ଜେମସ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସହର ସମେତ ସହର ଉପକଣ୍ଠରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ପ୍ରମୁଖ ଯାନବାହନ ଯାଞ୍ଚ କରିବା ସହ ଭିଡ଼ ନିୟନ୍ତ୍ରଣ କରିଥିଲେ।
ଅନ୍ୟପଟେ କଟକଣାକୁ କଡ଼ାକଡ଼ି କରାଯିବା ପରେ ସହରରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପାଇଛି। ଦୁଇଦିନ ତଳେ ୧୬ ଟଙ୍କା ଥିବା ଆଳୁଦର ବୁଧବାର ୨୫ ଛୁଇଁଛି। ସେହିପରି ପିଆଜ କେଜି ପିଛା ୨୦ ଟଙ୍କାରୁ ବଢ଼ି ୩୫ ଟଙ୍କାରେ ପହଞ୍ଚତ୍ଛି। ସକାଳେ ରଥଗଡ଼ା ପରିବା ମାର୍କେଟ ସମେତ ଆମିଷ ଦୋକାନ, କ୍ଷୀର ଦୋକାନ, ଔଷଧ ଦୋକାନ ଏବଂ ଗ୍ରସେରି ଦୋକାନରେ ସକାଳ ୬ଟାରୁ ପୂର୍ବାହ୍ନ ୧୦ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ଯାଏ ପ୍ରବଳ ଭିଡ଼ ହୋଇଥିଲା।
ସକାଳେ ସଞ୍ଜରେ ସାମଗ୍ରୀ ନେବାକୁ ଦୋକାନରେ ବଢୁଥିବା ଭିଡ଼ ଏବେ ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଏହାକୁ ନିୟନ୍ତ୍ରଣ କରିବାକୁ ସହରର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କୁ ବସାଇବା ପାଇଁ ନିଷ୍ପତ୍ତି ହୋଇଛି। ସାମାଜିକ ଦୂରତା ରକ୍ଷା କରିବା ଲାଗି ଅଳସୁଆ ହାଟ ଏବଂ ବିବି ହାଇସ୍କୁଲ ନିକଟରେ ପରିବା ବିକ୍ରି କରାଯାଉଛି। ଗାଡ଼ି ଚଳାଚଳ ବନ୍ଦ ଥିବାରୁ ଡିପୋରୁ ଔଷଧ ଯୋଗାଣ ହୋଇପାରୁ ନ ଥିବା କେତେଜଣ ବ୍ୟବସାୟୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ପରସ୍ପର ମଧ୍ୟରେ ୨ମିଟର ଦୂରତ୍ୱ ବଜାୟ ରଖିବା, ଭୟଭୀତ ନ ହେବା, ଆବଶ୍ୟକତାଠାରୁ ଅଧିକ ସାମଗ୍ରୀ ନ କିଣିବା, ଯାନବାହନ ପରିବର୍ତ୍ତେ ପାଦରେ ଚାଲିଚାଲି ଯିବା, ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଘୋଷଣା ମାଧ୍ୟମରେ ନିବେଦନ କରାଯାଇଛି। ନିୟମ ମାନିବାକୁ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଉଛି।
ଏ ସଂକ୍ରାନ୍ତରେ ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ ସାହୁ କୁହନ୍ତି, ଆଳୁ ପିଆଜ ହୋଲ୍‌ସେଲରଙ୍କ ସହ ଜିଲାପାଳ ଆଲୋଚନା କରିଛନ୍ତି। ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍‌ ରଖିବାକୁ କୁହାଯାଇଛି। କେତେ ଟଙ୍କାରେ ଆଳୁ ପିଆଜ ବିକ୍ରି ହେଉଛି ତାହାକୁ ଲିଖିତ ଭାବେ ପ୍ରଦର୍ଶନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମହାରାଷ୍ଟ୍ରରୁ ପିଆଜ ଆସିବାରେ ସମସ୍ୟା ହେଉଛି। କଟକରୁ ମଧ୍ୟ ଆବଶ୍ୟକ ପରିମାଣର ପିଆଜ ଆସିପାରୁନାହିଁ। ତେଣୁ ଏପରି ଦର ବୃଦ୍ଧି ହୋଇଥିବା ଅନୁମାନ କରାଯାଉଛି। ସେହିପରି ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ କୁହନ୍ତି, ଡ୍ରଗ୍ସ ଇନ୍ସପେକ୍ଟରଙ୍କ ସହିତ ଆଲୋଚନା କରି ନିଜସ୍ବ ଲାଇସେନ୍ସ ବଳରେ କଟକରୁ ଔଷଧ ସାମଗ୍ରୀ ଆଣିବା ପାଇଁ ଔଷଧ ବ୍ୟବସାୟୀଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri