କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ କଟକଣା ପାଇଁ ବହୁ ଦୋକାନ ବଜାର ଖୋଲିଛି। ସକାଳୁ ସନ୍ଧ୍ୟା ରାସ୍ତାରେ ଗାଡ଼ିମୋଟର ଗଡ଼ୁଛି। ଲୋକେ ବି ବାହାରେ ବୁଲୁଛନ୍ତି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ବେଳେ ଝାରସୁଗୁଡା ସହରର କିଷାନ ଛକ, ବସ୍‌ଷ୍ଟାଣ୍ଡ ଛକ, ରେଳ ଷ୍ଟେଶନ ଛକ ଓ ଥାନା ଛକରେ ମାଳ ମାଳ ପୋଲିସ କର୍ମଚାରୀ ଉପସ୍ଥିତ ରହୁଥିଲେ। ସହରରେ ବିନା କାରଣରେ ଯିବା ଆସିବା କରୁଥିବା ଗାଡ଼ିମୋଟର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲେ। ହେଲେ ଏବେ କଟକଣା କୋହଳ ହେବା ପରଠାରୁ ପୋଲିସ ଛକରେ ଛାଇରେ ବସି ରହୁଛି। ଗାଡ଼ିମୋଟର ଯାଞ୍ଚ କରାଯାଉ ନାହିଁ। ଏବେ ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ କୌଣସି ଲୋକ ବାହାରକୁ ନ ବାହାରିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ ଏଠାରେ ରାତି ୧୧ଟା ପର୍ଯ୍ୟନ୍ତ ଲୋକେ ବାହାରେ ବୁଲୁଛନ୍ତି। ତେବେ ଏ ସମ୍ପର୍କରେ ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ କହିଛନ୍ତି ଯେ, ସବୁ ଛକରେ ପୋଲିସ ଯାଞ୍ଚ କରୁଛି। ଗୁରୁବାର ୬୫ଟି ଗାଡି ଜବତ କରାଯାଇଛି। ଶୁକ୍ରବାର ମଧ୍ୟ ପୋଲିସ ଯାଞ୍ଚ ପ୍ରକ୍ରିୟା ଚାଲୁ ରଖିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri