କଟକଣା ସତ୍ତ୍ୱେ ସାନଘାଗରାରେ ଅସୁରକ୍ଷିତ ଫଟୋ ଉଠା

କେନ୍ଦୁଝର, ୩ା୧ (ସ୍ବ.ପ୍ର.)-ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକରେ ସେଲଫି ଫଟୋ ଉଠା ଉପରେ କଟକଣା କରାଯାଇଛି। ଏହା ଛଡା ବାରିକେଡ ବ୍ୟବସ୍ଥା କରାଯାଇ ସତର୍କତା ସୂଚନା ଫଳକ ମରାଯାଇଛି । ଏହା ସତ୍ତ୍ୱେ ଉପଯୁକ୍ତ ତଦାରଖ ଅଭାବରୁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ବିଶେଷ କରି ବିପଦପୂର୍ଣ୍ଣ ଜଳପ୍ରପାତ ଗୁଡ଼ିକରେ ସେଲଫି ଉଠାଉଥିବାରୁ ସବୁବେଳେ ଅଘଟଣ ଆଶଙ୍କା ରହୁଛି। ଏଭଳି ରାଜ୍ୟ ପ୍ରସିଦ୍ଧ କେନ୍ଦୁଝର ଜିଲା ସାନଘାଗରା ଜଳ ପ୍ରପାତରେ ଦେଖିବାକୁ ମିଳିଛି । ନୂଆ ବର୍ଷ ଉପଲକ୍ଷେ ଏହି କେନ୍ଦ୍ରକୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ ହେଉଛି । ପ୍ରାକୃତିକ ଜଙ୍ଗଲ ଓ ପରିବେଶର ମନୋରମ ଦୃଶ୍ୟକୁ ବୁଲିବା ସହ ଜଳପ୍ରପାତ ବୁଲିବାକୁ ରାଜ୍ୟ ଓ ରାଜ୍ୟ ବାହାର ପର୍ଯ୍ୟଟକ ଆସୁଛନ୍ତି । ମନୋରମ ଦୃଶ୍ୟକୁ ଓ ସ୍ମୃତିକୁ ସାଉଁଟି ନେବା ପାଇଁ କ୍ୟାମେରାରେ ଫଟୋ ଉଠାଉଛନ୍ତି ଏବଂ ସେଲଫି ନେଉଛନ୍ତି। ତେବେ ସାନଘାଗରାରେ ଆଗରୁ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଜଳପ୍ରପାତ ପରିସୀମାକୁ ଷ୍ଟିଲ ବାଡ ଦେଇ ଗାଧୋଇବା ପାଇଁ କଟକଣା କରାଯାଇଛି । କିନ୍ତୁ ଏହା ସତ୍ତ୍ୱେ ପାହାଡ ଉପରେ ଯେଉଁ ଭଳି ଭାବରେ ଉଠି ଫଟୋ ନେଉଛନ୍ତି, ସବୁବେଳେ ବିପଦ ଆଶଙ୍କା ରହୁଛି । ଜଗାରଖା କରୁଥିବା ସୁରକ୍ଷା କର୍ମୀ ମାନେ ଏସବୁକୁ ଧ୍ୟାନ ଦେଉନାହାନ୍ତି କିମ୍ବା ତାଗିଦ କରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri