କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍‌ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍‌ଡାଉନ ୩.୦। ଏହା ମେ’ ୧୭ ପର୍ଯ୍ୟନ୍ତ ଲାଗୁ ହୋଇଥିବା ବେଳେ ଏବେ ସଂକ୍ରମିତ ଅଞ୍ଚଳକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଗ୍ରୀନ୍‌, ଅରେଞ୍ଜ ଓ ରେଡ ଜୋନ୍‌ରେ ପୂର୍ବ ଲକ୍‌ଡାଉନ କଟକଣାରେ ଥିବା ନିୟମରେ କିଛିଟା କୋହଳ ମଧ୍ୟ କରାଯାଇଛି। ହେଲେ ଏବେ ଚିନ୍ତାର କାରଣ ପାଲଟିଛି ଦେଶରେ ବଢିଚାଲିଥିବା ସଂକ୍ରମିତଙ୍କ ସଂଖ୍ୟା। ମେ’ ମାସ ପୂର୍ବରୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪ ହଜାର ଥିବା ବେଳେ ଏବେ ମେ’ ମାସ ପ୍ରଥମ ସପ୍ତାହରେ ଏହି ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟିଛି। ଗତ ୩ ଦିନ ମଧ୍ୟରେ ୭,୬୮୦ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨,୫୩୩ରେ ପହଞ୍ଚିଛି। ତେବେ ଲକ୍‌ଡାଉନ ୩.୦ ଲାଗୁ ହେବା ପୂର୍ବରୁ ଆଉ କଟକଣାରେ ସମାନ୍ୟ କୋହଳ କରାଯିବା ଆରମ୍ଭ ନ ହେଉଣୁ ଏଭଳି ଭାବେ ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri