କଟକବାସୀଙ୍କ ଲାଗି ପାଇଲଟ ପ୍ରୋଜେକ୍ଟ, ପ୍ରତି ଘରକୁ ମିଳିବ ଗୋଟିଏ ବାଲ୍‌ଟି: ପ୍ରତାପ ଜେନା

କଟକ ଅଫିସ,୧୨।୬: କଟକବାସୀଙ୍କ ଲାଗି ସରକାରଙ୍କ ନୂଆ ଯୋଜନା। ଅଳିଆ ଆବର୍ଜନାକୁ ଏଣେ ତେଣେ କିମ୍ବା ନାଳ ନର୍ଦ୍ଦମାରେ ନ ଫିଙ୍ଗିବା ଲାଗି ନୂଆ ପନ୍ଥା ଅବଲମ୍ବନ କରିବାକୁ ଯାଉଛନ୍ତି ସରକାର। ଏଥିରେ ପ୍ରତି ଘରକୁ ମିଳିବ ଗୋଟିଏ ଗୋଟିଏ ବାଲ୍‌ଟି। ସେ ପୁଣି ପାଣି ରଖିବାକୁ ନୁହେଁ ଅଳିଆ ଉଠାଇବା ଲାଗି। କଟକ ସହରକୁ ସରସ ସୁନ୍ଦର କରିବା ପାଇଁ ଏକ ପାଇଲଟ ପ୍ରୋଜେକ୍ଟ କରାଯାଇଥିବା ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବିଶେଷକରି ବର୍ଷାଦିନେ କଟକର ଜଳବନ୍ଦି ସମସ୍ୟାକୁ ନେଇ ମନ୍ତ୍ରୀ ଜେନା ସମୀକ୍ଷା କରିବା ପରେ ଏହି ସୂଚନା ଦେଇଛନ୍ତି।

କଟକ ସହର ଭିତରେ ଡ୍ରେନ୍‌ ପରିଷ୍କାର କରିବା ଉପରେ ଗୁରୁତ୍ୱ ଦିଆଯିବ। ଜାଇକା ଦ୍ୱାରା ଚାଲିଥିବା କାମ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପାଇଲଟ ପ୍ରୋଜେକ୍ଟ ଆରମ୍ଭ କରାଯାଇ ପ୍ରତି ଘରକୁ ଅଳିଆ, ଆବର୍ଜନା ଉଠାଇବା ଲାଗି ଗୋଟିଏ ଗୋଟିଏ ବାଲ୍‌ଟି ଦିଆଯିବ। ସିଏମ୍‌ସି କର୍ମଚାରୀ ଘର ଘର ବୁଲି ଅଳିଆ ଆବର୍ଜନା ସଂଗ୍ରହ କରିବେ। ଏହା କଟକ ସହରରେ ସଫଳ ହେବା ପରେ ସାରା ଓଡ଼ିଶାରେ କାର୍ଯ୍ୟକାରୀ ହେବ ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri