କଟକରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସର ତଦନ୍ତ, ସନ୍ଦେହ ଘେରରେ ଘର ବାହାରେ ଥିବା ଜୋତା

କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି। ଘରେ ପଡ଼ିଥିବା ରକ୍ତଛିଟାରୁ ରକ୍ତନମୂନା ସଂଗ୍ରହ କରାଯିବା ସହ ଦମ୍ପତି ବ୍ୟବହାର କରୁଥିବା ଫୋନକୁ ପୋଲିସ ଜବତ କରିଛି। ପ୍ରାଥମିକ ତଦନ୍ତ ଅନୁଯାୟୀ କେହି ପରିଚିତ ଲୋକ ତାଙ୍କୁ ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।

ନୂଆବଜାର ବେଲେଶ୍ୱର ଶିବ ମନ୍ଦିରଠାରୁ ୨ଶହ ମିଟର ଦୂରରେ ରହିଛି ମୃତ ଦମ୍ପତି ଶ୍ରୀନାଥ(୭୦) ଓ ବିଦୁଲତା ସାମଲ(୬୫)ଙ୍କ ଘର। ଶ୍ରୀନାଥ ଜଣେ ଏଫ୍‌ସିଆଇର ଅବସରପ୍ରାପ୍ତ କର୍ମଚାରୀ। ସେମାନଙ୍କର ୪ଜଣ ଝିଅ ଓ ଗୋଟିଏ ପୁଅ। ବିବାହ ପରେ ଝିଅମାନେ ବାହାରେ ରହୁଥିବା ବେଳେ ପୁଅ ଚେନ୍ନାଇରେ ରୁହନ୍ତି। ଏଣୁ ଉକ୍ତ ଘରେ ଦମ୍ପତି ଏକା ରହୁଥିବା ବେଳେ ଘରର ଆଉ ଏକ ଘର ଭଡ଼ାରେ ଲାଗିଥିଲା। ହେଲେ କିଛିଦିନ ପୂର୍ବରୁ ଭଡ଼ାଟିଆ ଛାଡ଼ିଦେଇଥିଲେ। ଏପରିସ୍ଥଳେ କିଏ ଏବଂ କାହିଁକି ଦମ୍ପତିଙ୍କୁ ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନାହିଁ। ହେଲେ ଘର ବାହାରେ ଦୁଇ ହଳ(ଗୋଟିଏ ମହିଳା ଓ ଗୋଟିଏ ପୁରୁଷ) ଜୋତା ପଡ଼ିଥିବା ଦେଖାଯାଇଛି। ଏହା ଦମ୍ପତିଙ୍କର ହୋଇ ନ ଥିବାରୁ ହତ୍ୟାକାରୀଙ୍କ ହୋଇଥାଇପାରେ ବୋଲି ପୋଲିସ ସନ୍ଦେହ କରୁଛି। ଦୁଇଜଣ ଝିଅ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ପ୍ରାଥମିକକ ଭାବେ ଲୁଟ୍‌ପାଟ୍‌ ଉଦ୍ଦେଶ୍ୟରେ ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଥିଲା। ହେଲେ ଝିଅମାନେ ବିଦୁଲତା ପାଖରେ ବେଶି ସୁନା ରଖୁ ନ ଥିବା କହିଛନ୍ତି। ଉଭୟଙ୍କ ଅଧିକ ଟଙ୍କା ମଧ୍ୟ ନ ଥିଲା। ଏପରିକି ବୃଦ୍ଧାଙ୍କ ବେକରେ ଚେନ୍‌ ଥିବାରୁ ଲୁଟ୍‌ପାଟ୍‌ ଉଦ୍ଦେଶ୍ୟରେ ହତ୍ୟା କରାଯାଇ ନ ଥାଇପାରେ କୁହାଯାଉଛି। ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।

ସୂଚନାଯୋଗ୍ୟ, ମଧୁପାଟଣା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବନ୍ଦ କୋଠରୀରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲା। ପାରିପାଶ୍ୱିକ ସ୍ଥିତିରୁ ତାଙ୍କୁ କେହି ହତ୍ୟା କରିଥିବା ପୋଲିସ ସନ୍ଦେହ କରିଥିଲା। ରାତି ଅଧିକ ହୋଇଥିବାରୁ ମୃତଦେହ ପଡ଼ିଥିବା କୋଠରୀକୁ ଲକ୍‌ କରାଯାଇଥିଲା। ଶୁକ୍ରବାର ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚିବା ପରେ ଉକ୍ତ ଘରକୁ ଖୋଲାଯାଇ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?