କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ ଚତୁଃପାର୍ଶ୍ୱ ରିଂ ରୋଡ୍‌ ୬ ଲେନ୍‌ ହେବ। କଟକ ଏସ୍‌ସିବି ମେଡିକାଲ ବିଶ୍ୱସ୍ତରୀୟ ହେବ। ଏହାର ନବନିର୍ମାଣ କାର୍ଯ୍ୟ ମାର୍ଚ୍ଚରୁ ଆରମ୍ଭ ହେବ। ମହାନଦୀ ପଠାରେ ଚିହ୍ନଟ ହୋଇଥିବା ୪୨୧ ଏକର ଜମିରେ ବିଭିନ୍ନ ପ୍ରକଳ୍ପ କରାଯିବ। ବିଶେଷକରି କ୍ରିଡ଼ା, ସ୍ବାସ୍ଥ୍ୟ ଏବଂ ଶିକ୍ଷା କ୍ଷେତ୍ରକୁ ନେଇ ବିଭିନ୍ନ ପ୍ରକଳ୍ପ କରାଯିବ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ ବୁଧବାର ଏସ୍‌ସିବି ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟ ତଦାରଖ କରିଥିଲେ। ପରେ ସେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଏବଂ ରାଜସ୍ବ କମିଶନର ଅନିଲ କୁମାର ସାମଲଙ୍କ ସହ ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା କରିଥିଲେ। ଏଥିଲାଗି ତୁରନ୍ତ ଜମି ଅଧିଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ଶେଷ ହେବା ପରେ ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri