କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ଘଟଣା : ଜେଏମ୍‌ଏଫ୍‌ସିରେ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ

କଟକ ଅଫିସ,୯।୮ : କଟକରେ କିଛିଦିନ ତଳେ ୨୪ ଘଣ୍ଟା ମଧ୍ୟରେ ୩ ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ନୟାଗଡ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ମାତ୍ର ଗତ ବୁଧବାର ନାରାୟଣଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ଏ ନେଇ କଟକ ଜେଏମ୍‌ଏଫ୍‌ସିରେ ମାମଲା ରୁଜୁ ହୋଇଥିଲା। ସେହିପରି ଉକ୍ତ ଘଟଣାର ତଦନ୍ତ ମାଜିଷ୍ଟ୍ରେଟ୍‌ କିମ୍ବା ସିବିଆଇ ଦ୍ୱାରା କରାଇବାକୁ ଗୀତାଞ୍ଜଳି ଗୁରୁବାର ଆଉ ଏକ ପିଟିଶନ୍‌ ଦାଏର କରିଛନ୍ତି। ଗୀତାଞ୍ଜଳି କହିଛନ୍ତି, ନାରାୟଣଙ୍କୁ ସେ କଟକ ଏସ୍‌ସିବି ମେଡ଼ିକାଲ ମାନସିକ ବିଭାଗରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ନାରାୟଣ ଚାଲି ଯାଇଥିବାବେଳେ ପରିବାର ଲୋକେ ତାଙ୍କୁ ଅନେକ ଖୋଜି ପାଇ ନ ଥିଲେ। ନାରାୟଣ ଜୁଲାଇ ୨୨ରେ ଭୁବନେଶ୍ୱର ସାଲିଆସାହି ସ୍ଥିତ ତାଙ୍କ ଭଉଣୀଙ୍କ ଘରେ ଥିଲେ। ଏହାପରେ ସେ ନୟାଗଡ଼ ସୁନାମୁହିଁ ସ୍ଥିତ ତାଙ୍କ ପୈତୃକ ଘରକୁ ଯାଇଥିଲେ। ତେଣୁ ସାଲିଆ ସାହି ସ୍ବାଇଁ ମଦ ଦୋକାନ ଏବଂ ନୟାଗଡ଼ ସୁନାମୁହିଁସ୍ଥିତ ବ୍ୟାଙ୍କର ସିସିଟିଭି ଯାଞ୍ଚ କରାଗଲେ ପ୍ରକୃତ ତଥ୍ୟ ଜଣାପଡ଼ିବ ବୋଲି ଗୀତାଞ୍ଜଳି କୋର୍ଟରେ ବୟାନ ଦେଇଛନ୍ତି। ଅଭିଯୋଗକାରିଣୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ, କଳିଙ୍ଗ କେଶରୀ ମହାପାତ୍ର ଓ ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ବିଶ୍ୱଜିତ ବରାଳ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଲାଣି ବିଜେଡିର...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri