କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଐତିହାସିକ କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା। ଏଥିସହ ଏହି ସର୍ବବୃହତ ମୁକ୍ତାକାଶ ମେଳା କିଭଳି ଜାତୀୟ ସ୍ତରରେ ମାନ୍ୟତା ପାଇବ ସେଥିପାଇଁ ଉଦ୍ୟମ କରାଯିବ ବୋଲି ପଞ୍ଚାୟତିରାଜ, ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି।
ଉତ୍କଳର ଗୌରବମୟ ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ଐତିହ୍ୟ ବହନ କରୁଥିବା ଏହି ବାଲିଯାତ୍ରା ପ୍ରତିବର୍ଷ କଟକ ମହାନଦୀ କୂଳରେ କାର୍ତ୍ତିକ ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ। ଏହି ବାଲିଯାତ୍ରାକୁ ରାଜ୍ୟ ତଥା ଜାତୀୟସ୍ତରୀୟ ମାନ୍ୟତା ପାଇଁ ଦାବି ହୋଇ ଆସୁଥିବାବେଳେ ଏହା ଉପରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ବିଭିନ୍ନ ଦୃଷ୍ଟିକୋଣରୁ ବିଚାରକରି ଏହାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବା ପାଇଁ ସ୍ଥିର ହେବା ସହ ଜାତୀୟ ମେଳାର ମାନ୍ୟତା ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ବାଲିଯାତ୍ରାରେ ଦୈନିକ ପ୍ରାୟ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଜନସମାଗମ ହେଉଛି। ଚଳିତବର୍ଷ ଏହାକୁ ସୁବ୍ୟବସ୍ଥିତ ଓ ଅଧିକ ସରସସୁନ୍ଦର କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ଥିଲେ। ହୋଇଥିବା ନିଷ୍ପତ୍ତି ଅନୁସାରେ, ମେଳା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ବାର୍ଷିକ ୨୦ଲକ୍ଷ ଟଙ୍କାର ଅନୁଦାନ ଦେବ। ପର୍ଯ୍ୟଟନ ବିଭାଗ ମଧ୍ୟ ଏଥିପାଇଁ ବାର୍ଷିକ ୨୦ ଲକ୍ଷ ଟଙ୍କା ଦେବା ସହ ବିଭାଗୀୟ କ୍ୟାଲେଣ୍ଡରରେ କଟକ ବାଲିଯାତ୍ରାକୁ ସ୍ଥାନିତ କରିବ। ସେହିଭଳି ବାଲିଯାତ୍ରାର ଭିତ୍ତିଭୂମି ବିକାଶ ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରତିବର୍ଷ ୫୦ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଚଳିତବର୍ଷ ବାଲିଯାତ୍ରାରେ ପାନୀୟଜଳ ଓ ପରିମଳ ବିଭାଗ ପକ୍ଷରୁ ୧୦୦ ଅସ୍ଥାୟୀ ଶୌଚାଳୟ ଓ ବିଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା ହେବ। ଏତ୍‌ଦବ୍ୟତୀତ ଜଳସମ୍ପଦ, ପୂର୍ତ୍ତ, ସେସୁ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଧ୍ୟ ସମସ୍ତ ପ୍ରକାର ଆନୁଷଙ୍ଗିକ ସହଯୋଗ ଯୋଗାଇ ଦିଆଯିବ। କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ତରଫରୁ ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଏବଂ ଅଗ୍ନିଶମ, ଓଡ୍ରାଫ ଓ ଏନ୍‌ଡିଆରଏଫ୍‌ ପକ୍ଷରୁ ମଧ୍ୟ ସହଯୋଗ ପ୍ରଦାନ କରାଯିବ। ରାଜ୍ୟ ସରକାରଙ୍କ କୃଷି, ପଶୁସମ୍ପଦ, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ବୟନଶିଳ୍ପ ବିଭାଗ ଏହି ମେଳାରେ ଅଂଶଗ୍ରହଣ କରିବେ। ବୈଠକରେ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପର୍ଯ୍ୟଟନ ସଚିବ ବିଶାଳ ଦେବ, କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ ସାମଲ, କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, ଗୃହ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ପ୍ରେମ୍‌ କୁମାର ଝା, ଅଗ୍ନିଶମ ଅଧିକାରୀ, କଟକ ଡିସିପି, ସିଏମ୍‌ସି ଅଧିକାରୀଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri