କଟକ ସିରିଏଲ୍‌ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ, ୨୪।୯: କଟକ ସିରିଏଲ୍‌ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ନାରାୟଣ ସାହୁଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ସିସିଟିଭି ଫୁଟେଜ ଜବତ ପାଇଁ ଆବେଦନ କରାଯାଇଥିଲା। ଏହି ଆବେଦନର ଶୁଣାଣି କରି ବିଚାରପତି ଶତ୍ରୁଘ୍ନ ପୂଜାହାରୀଙ୍କ ଖଣ୍ଡପୀଠ ଗୃହ ସଚିବଙ୍କୁ ଆସନ୍ତା ଶୁକ୍ରବାର ସୁଦ୍ଧା ସିସିଟିଭି ଫୁଟେଜ ଜବତ ପାଇଁ କ’ଣ ପଦକ୍ଷେପ ନିଆଯାଇଛି ତାହାର ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗତ ଜୁଲାଇ ୨୪ରେ କଟକ ସହରରେ ୩ଜଣ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ କମିଶନରେଟ୍‌ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ନାରାୟଣ ଓଏମ୍‌ପି ଅଞ୍ଚଳରେ ଘଟିଥିବା ଦୁଇଟି ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା ପୋଲିସ କହିଥିଲା। ତେବେ ସ୍ବାମୀଙ୍କୁ ନିର୍ଦ୍ଦୋଷ ଦର୍ଶାଇ ଗୀତାଞ୍ଜଳି କଟକ ଜିଲା ଦୌରା ଜଜ୍‌ଙ୍କ କୋର୍ଟରେ ଆବେଦନ କରିଥିଲେ। ଜିଲା ଦୌରାଜଜ୍‌ ଏହି ମାମଲାକୁ ଖାରଜ କରି ଦେଇଥିବାବେଳେ ଗୀତାଞ୍ଜଳି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟରେ ସିଆରଏଲ୍‌ଏମ୍‌ସି ୨୩୧୧/୨୦୧୯ରେ ଏହି ମାମଲା ରୁଜୁ ହୋଇଛି। ହତ୍ୟାକାଣ୍ଡ ଦିନ ନାରାୟଣ ନୟାଗଡ଼ର ସୁନାମୁହିଁରେ ଥିଲେ। ତେଣୁ ଏହିଠାରେ ଥିବା ଏକ ବ୍ୟାଙ୍କର ସିସିଟିଭିରେ ନାରାୟଣ ଚାଲବୁଲ କରୁଥିବାର ଦୃଶ୍ୟ ରହିଥିଲା। ଏହା ପୂର୍ବଦିନ ନାରାୟଣ ଭୁବନେଶ୍ୱର ସାଲିଆସାହି ଅଞ୍ଚଳରେ ତାଙ୍କ ଭଉଣୀ ଘରେ ଥିଲେ। ତେଣୁ ସାଲିଆସାହି ସ୍ଥିତ ଏକ ମଦ ଦୋକାନ ଏବଂ ସୁନାମୁହିଁ ବ୍ୟାଙ୍କର ସିସିଟିଭି ଫୁଟେଜକୁ ଜବତ କରାଯାଉ ବୋଲି ଗୀତାଞ୍ଜଳି ଆବେଦନରେ ଦର୍ଶାଇଥିଲେ। ଗୀତାଞ୍ଜଳିଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?