କଟକ ସୌନ୍ଦର୍ଯ୍ୟକରଣ ଅତ୍ୟାଧୁନିକ ପଦ୍ଧତିରେ କର: ମନ୍ତ୍ରୀ

ଭୁବନେଶ୍ୱର,୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ କଟକ ଗସ୍ତ କରି ସହରର ସୌନ୍ଦର୍ଯ୍ୟକରଣ ଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସବୁଠାରୁ ପୂରୁଣା ସହର କଟକର ବିଭିନ୍ନ ରାସ୍ତାଗୁଡିକର ପ୍ରଶସ୍ତିକରଣ ଉପରେ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେବାପରେ ଏନେଇ ତତ୍ପରତା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଶନିବାର କଟକ ସହରର ଅଧିକ ସୌନ୍ଦର୍ଯ୍ୟକରଣ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। କଟକ ମୁଖ୍ୟ ରାସ୍ତା ତଥା ମଧୁପାଟଣାଠାରୁ ବାଦାମବାଡ଼ି, କଟକ ରେଲ୍‌ଓ୍ବେ ଷ୍ଟେଶନ୍‌ଠାରୁ ରେଭେନ୍ସା କଲେଜ, ମଙ୍ଗଳାବାଗ, ଜୋବ୍ରା ଓ ସତୀଚଉରା ରୋଡ୍‌ଗୁଡ଼ିକର ପ୍ରଶସ୍ତିକରଣ ଏବଂ ଉନ୍ନତିକରଣ କାର୍ଯ୍ୟ କରାଯିବ। ଏହିସବୁ ରାସ୍ତାକଡରେ ବୃକ୍ଷରୋପଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଆଦି କାର୍ଯ୍ୟକୁ ଅତ୍ୟାଧୁନିକ ପଦ୍ଧତିରେ କରାଯାଇ ସହରକୁ ସ୍ମାର୍ଟସିଟି କରିବା ଉପରେ ମନ୍ତ୍ରୀ ଜେନା ଗୁରୁତ୍ବାରୋପ କରିଛନ୍ତି। ଏହାସହିତ କଟକରେ ସପିଙ୍ଗ୍‌ ପ୍ଲାଜା, ବିବାହ ମଣ୍ଡପ ଇତ୍ୟାଦି ନିର୍ମାଣ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ଜେନା ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, କଟକ ମହାନଗର ନିଗମ କମିଶନର ଅନନ୍ୟା ଦାସ, ନିର୍ବାହୀ ଅଧିକାରୀ ରମେଶ କୁମାର ମହାନ୍ତି, ସିଡିଏ ଆଇନ ଅଧିକାରୀ ଜ୍ଞାନଚନ୍ଦ୍ର ପ୍ରସାଦ ସାମଲ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri