କଟର ମେଶିନ ଛଡ଼ାଇନେଲେ

ଢେଙ୍କାନାଳ ଅଫିସ, ୮ା୬:  ଢେଙ୍କାନାଳ ଜିଲାରେ ପଥର ମାଫିଆଙ୍କ ଦାଦାଗିରି ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ପାଲଟିଛି। ବେଆଇନ ଖାଦାନରେ ଚଢ଼ାଉବେଳେ କେତେବେଳେ ସେମାନେ ଆକ୍ରମଣ କରୁଛନ୍ତି ତ ଆଉ କେବେ ଅଧିକାରୀଙ୍କୁ ଅଟକ ରଖୁଛନ୍ତି। ରବିବାର ଏହାର ପୁନରାବୃତ୍ତି ହୋଇଛି। ନିହଲପ୍ରସାଦ ଥାନା ଛୋଟତେନ୍ତୁଳି ଗ୍ରାମ ନିକଟରେ ଥିବା ବେଆଇନ ପଥର ଖାଦାନରେ ଚଢ଼ାଉ ବେଳେ ଜବତ କରାଯାଇଥିବା କଟର ମେଶିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଛନ୍ତି। ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।
ଛୋଟତେନ୍ତୁଳି ଗ୍ରାମ ନିକଟରେ ବେଆଇନ ଭାବେ ପଥର କଟା ଚାଲିଥିବା ସୂଚନା ପାଇ ଅତିରିକ୍ତ ଜିଲାପାଳ ସୌଦାମିନୀ ସେଠୀ (ରାଜସ୍ବ)ଙ୍କ ନେତୃତ୍ୱରେ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ, ଓଡ଼ାପଡା ଆର୍‌ଆଇ ଚିନ୍ମୟ ଦାସ ପୋଲିସ ଫୋର୍ସ ସହ ଚଢ଼ାଉ କରିଥିଲେ। ଘଟଣାସ୍ଥଳରୁ ଏକ ନମ୍ବର ବିହୀନ ପଥର ବୋଝେଇ ଟ୍ରାକ୍ଟର ଏବଂ କଟର ମେଶିନ ଜବତ କରାଯାଇଥିଲା। ଅଧିକାରୀମାନେ ଫେରୁଥିବାବେଳେ ରାସ୍ତାରେ ପଥର ବ୍ୟବସାୟୀମାନେ ଠେଙ୍ଗାବାଡ଼ି ଧରି ଅଟକାଇବା ସହ କଟର ମେଶିନ ନେଇଯାଇଥିଲେ। ଜବତ ଟ୍ରାକ୍ଟରକୁ ନିହଲପ୍ରସାଦ ଥାନା ପୋଲିସ ଜିମା ଦିଆଯାଇଛି। ଜିଲା ପ୍ରଶାସନ ଓ ପୋଲିସ ମଧ୍ୟରେ ସମନ୍ବୟ ଅଭାବ ଯୋଗୁ ଏଭଳି ଘଟଣା ଘଟୁଥିବା ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ ଉପଜିଲାପାଳ କୁହନ୍ତି, ଘଟଣା ସତ। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri