କଟୁ ଭାଷାରେ ଗାଳି କରୁଥିଲେ ପ୍ରଫେସର

ସମ୍ବଲପୁର,୨୭ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜଣେ ମହିଳା ସହକାରୀ ପ୍ରଫେସର ତାଙ୍କ ସହକର୍ମୀ ତଥା ସହକାରୀ ପ୍ରଫେସର ରଜତ କୁଜୁରଙ୍କ ବିରୋଧରେ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବିଶ୍ୱବିଦ୍ୟାଳୟ ଶୃଙ୍ଖଳା କମିଟି ନିକଟରେ ସେ ଏହି ଅଭିଯୋଗ କରିବା ପରେ ୯ଜଣିଆ କମିଟି ଏହାର ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ମହିଳା ସହକାରୀ ପ୍ରଫେସର ୨୦୧୬ ମସିହାରେ ବିଭାଗରେ ଯୋଗଦେବା ଦିନଠାରୁ କୌଣସି କାରଣରୁ ପ୍ରଫେସର କୁଜୁର ତାଙ୍କୁ ମାନସିକ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଅଫିସ ସମୟରେ ମଧ୍ୟ କଟୁ ମନ୍ତବ୍ୟ ଦେଇଆସୁଛନ୍ତି। ଏପରି କି ଅକ୍ଷମ ବୋଲି କହି ଗାଳି କରିଥିଲେ। ମହିଳା ପ୍ରଫେସର ବିଭାଗର ସଂଯୋଜକ ଭାବରେ ନିଯୁକ୍ତ ହେବାର ନିଷ୍ପତ୍ତି ଉପରେ ମଧ୍ୟ ସେ ଅଧିକାରୀମାନଙ୍କୁ ପ୍ରଶ୍ନ କରିଥିଲେ। ନିକଟରେ ତାଙ୍କ ଅଫିସ ଚାମ୍ବରର ଏୟାର କଣ୍ଡିସନର ମରାମତି ନେଇ କୁଜୁର ତାଙ୍କ ସହ କଟୁ ଭାଷାରେ କଥା ହୋଇଥିଲେ। କୁଜୁର ପୂର୍ବରୁ ନିଲମ୍ବିତ ହୋଇଥିବାବେଳେ ବିଭାଗ ସୁରୁଖୁରୁରେ ଚାଲୁଥିଲା। ନିଲମ୍ବନ ସମୟରେ ସେ କର୍ତ୍ତୃପକ୍ଷଙ୍କୁ ଅବମାନନାକରି ବିଭାଗକୁ ଆସି ବିଶୃଙ୍ଖଳା ସୃଷ୍ଟି କରୁଥିଲେ। ନିଲମ୍ବନ ପ୍ରତ୍ୟାହାର ପରେ ବିଭାଗ ପୁନର୍ବାର ଅସୁରକ୍ଷିତ ହୋଇପଡ଼ିଛି। ଦୁର୍ବ୍ୟବହାର ପରିମାଣ ଆହୁରି ବଢ଼ିଯାଇଛି। ମହିଳା ପ୍ରଫେସର ଆହୁରି କହିଛନ୍ତି, ବିଭାଗରେ ଏପରି ନିଶାସକ୍ତ ପରିବେଶରେ କାର୍ଯ୍ୟ କରିବା ପାଇଁ ସେ ଜଣେ ମହିଳା କର୍ମଚାରୀ ଭାବରେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ଏ ସମ୍ପର୍କରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ବି.ବି. ମିଶ୍ର କହିଛନ୍ତି, ଏହି ମାମଲା ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିକୁ ପଠାଯାଇଛି। ଯଦି ଅଭିଯୋଗ ସତ୍ୟ ପ୍ରମାଣିତ ହୁଏ ତେବେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ନୃପରାଜ ସାହୁ କହିଛନ୍ତି, ମହିଳା ପ୍ରଫେସର ଲିଖିତ ଅଭିଯୋଗ କରିବା ପରେ ୯ଜଣ ସଦସ୍ୟଙ୍କୁ ନେଇ ଗଠିତ ଆଭ୍ୟନ୍ତରୀଣ କମିଟି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଗଷ୍ଟ ୨୮ ସୁଦ୍ଧା କମିଟି ରିପୋର୍ଟ ଦେବ। ରିପୋର୍ଟ ଆଧାରରେ ବୈଠକ ହେବ ଓ କମିଟିର ସୁପାରିସ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ପ୍ରଫେସର କୁଜୁର ଏହି ଅଭିଯୋଗକୁ ଅସ୍ବୀକାର କରି କହିଛନ୍ତି, ମୋ ବିରୋଧରେ ହୋଇଥିବା ଅଭିଯୋଗ ବିଷୟରେ ମୁଁ ଅବଗତ ନୁହେଁ ା ଅଭିଯୋଗ ସମ୍ପର୍କରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ମୋ ସହ ଯୋଗାଯୋଗ କରିନାହାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri