କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି ଦୋକାନ ବଜାରରେ ଭିଡ ଜମାଉଛନ୍ତି। ଫଳରେ ଜିଲା ପ୍ରଶାସନ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁକୁ କଡାକଡି ପାଳନ ପାଇଁ ଡାକବାଜି ଯନ୍ତ୍ର ଦ୍ୱାରା ଖଜୁରିପଡା ବ୍ଲକ ଅଞ୍ଚଳରେ ପ୍ରଚାର ଚଳାଇଛି। ଫୁଲବାଣୀ ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁଙ୍କ ତତ୍ତ୍ବାବଧାନରେ ତହସିଲଦାର ସ୍ବପ୍ନିତା ନାଏକ, ଆଇଆଇସି ରମାକାନ୍ତ ପାତ୍ର, ଆର୍‌ଆଇ ଅମୀୟଭୂଷଣ ରାମ ପ୍ରମୁଖ ବ୍ଲକର ପ୍ରତି ପଞ୍ଚାୟତ ଗସ୍ତ କରି କର୍ଫ୍ୟୁ ନିୟମକୁ ଯିଏ ଉଲ୍ଲଘଂନ କରିବ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁମାନେ ମାକ୍ସ ବ୍ୟବହାର କରୁନାହଁାନ୍ତି ଜରିମାନା ଆଦାୟ କାରାଯିବ ବୋଲି ପ୍ରଚାର କରିବା ସହ କେତେଜଣ ବ୍ୟବସାୟୀ ମାକ୍ସ ପିନ୍ଧି ନ ଥିବାରୁ ତହସିଲଦାର ଜରିମାନା ଆଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri