Posted inଜାତୀୟ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି

ନୂଆଦିଲ୍ଲୀ,୧୮ା୪: ଦ୍ୱିତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୯୫ଟି ଲୋକ ସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଆସାମର ୫, ବିହାର ୫, ଛତିଶଗଡ଼ ୩, ଜମ୍ମୁ ଓ କଶ୍ମୀର ୨, କର୍ନାଟକ ୧୪ , ମହାରାଷ୍ଟ୍ର ୧୦, ମଣିପୁର ୧, ଓଡ଼ିଶା ୫, ତାମିଲନାଡ଼ୁ ୩୮, ଉତ୍ତରପ୍ରଦେଶର ୮, ପଶ୍ଚିମବଙ୍ଗ ୩ ଏବଂ ପୁଡୁଚେରୀର ଗୋଟିଏ ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶ କଂଗ୍ରେସ ସଭାପତି ରାଜ ବବ୍ବର, ହେମାମାଳିନୀ, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ପ୍ରମୁଖ ହେଭିଓ୍ବେଟ ନେତା ମଇଦାନରେ ରହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ତାମିଲନାଡୁର ଭେଲୋରରେ ଅର୍ଥବଳର ପ୍ରୟୋଗ ହେଉଥିବା ଜଣାପଡିବା ପରେ ସେଠାରେ ମତଦାନ ବାତିଲ କରାଯାଇଛି। ଅପରପକ୍ଷରେ ଆଇନଶୃଙ୍ଖଳା ଦୃଷ୍ଟିରୁ ପୂର୍ବ ତ୍ରିପୁରା ଆସନରେ ମତଦାନ ତୃତୀୟ ପର୍ଯ୍ୟାୟରେ କରାଯିବାକୁ ସ୍ଥିର ହୋଇଛି। ଏଠାରେ ଏପ୍ରିଲ ୨୩ରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?