କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସମସ୍ତଙ୍କ ପରିଚୟ ଯାଞ୍ଚ ପରେ ଆଦର୍ଶ ବିଦ୍ୟାଳୟର ଆଇସୋଲେଶନ ଓ୍ବାର୍ଡରେ ରଖାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପ୍ରତିଦିନ ଯାଞ୍ଚ କରାଯାଇ ପ୍ରତିଦିନ ସରକାରଙ୍କ ନିୟମ ଅନୁଯାୟୀ ଖାଦ୍ୟ ଓ ଜଳଖିଆ ଦିଆଯାଇ ଏପରି ୧୪ଦିନ ରଖାଯିବ ବୋଲି ପ୍ରଶାସନ ସୂତ୍ରରୁ ପ୍ରକାଶ। ଉକ୍ତ କେନ୍ଦ୍ରରେ ଜଣେ ନୋଡାଲ ଅଧିକାରୀ ଭକ୍ତି ରଞ୍ଜନ ବେହେରାଙ୍କ ସମେତ ଜଣେ ସ୍ବାସ୍ଥ୍ୟକର୍ମୀ, ଜଣେ ଫାର୍ମାସିଷ୍ଟ, ଦୁଇଜଣ ଆଶା, ୪ଜଣ ପାଚିକା ସହାୟିକା,୧୦ଜଣ ସ୍ବେଚ୍ଛାସେବୀ,୫ଜଣ ସ୍ବୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ସେବାରେ ଅଛନ୍ତି। ଶେରଗଡ଼ ପୋଲିସ ପକ୍ଷରୁ କିଛି ପୋଲିସ ଫୋର୍ସଙ୍କ ସହାୟତାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପଞ୍ଚାୟତ ନୋଡାଲ ଅଧିକାରୀ, ବିଡିଓ ତହସିଲଦାର, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଉପସ୍ଥିତ ରହି ରାତିରେ ସେମାନଙ୍କ ଆନୁଷଙ୍ଗିକ ବ୍ୟବସ୍ଥା ତଦାରଖ କରିଥିଲେ। ଉକ୍ତ ପରିବେଶକୁ ପ୍ରତିଦିନ ସଫା ରଖିବା, ପିଇବା ପାଣି ମହଜୁଦ କରାଯାଇଛି। ଉକ୍ତ ୧୧୪ଜଣ ମଧ୍ୟରେ ଶେରଗଡ଼ ବ୍ଲକର ବ୍ରାହ୍ମଣଛାଇ ଅଞ୍ଚଳର ୪୦ଜଣ ଥିବା ବେଳେ ବଳକା ଅନ୍ୟ ବ୍ଲକ ଅଞ୍ଚଳର ଅଛନ୍ତି ବୋଲି ପ୍ରଶାସନ ସୂତ୍ରରୁ ପ୍ରକାଶ। ଆଇସୋଲେଶନ ସେଣ୍ଟରରେ ରହୁଥିବା ବ୍ୟକ୍ତିମାନଙ୍କର କୋଭିଡ୍‌ ପରୀକ୍ଷା କରାଯିବ। ଯଦି ଏମାନଙ୍କ ମଧ୍ୟରେ କେହି ଆକ୍ରାନ୍ତ ହୁଅନ୍ତି ତେବେ ସମସ୍ତଙ୍କୁ ପୁଣି ପରୀକ୍ଷା କରାଯାଇ ୧୪ଦିନ ପରେ ଛଡ଼ାଯିବ ବୋଲି ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri