କଣାସରେ ୭୦ ଦିନ ଧରି ଡାକ ସେବା ଅଚଳ

କଣାସ, ୧୨।୭(ସ୍ବ.ପ୍ର.): କଣାସ ମୁଖ୍ୟ ପୋଷ୍ଟଅଫିସ୍‌ ୭୦ଦିନ ଧରି ଅଚଳ ହୋଇ ପଡିଛି। ଫଳରେ ପୋଷ୍ଟଅଫିସ୍‌ରେ ଟଙ୍କା ଜମା କରିବା, ଟଙ୍କା ଉଠାଇବା, ରେଜେଷ୍ଟ୍ରି ଚିଠି, ମନି ଅର୍ଡର ଆଦି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବାରୁ ଦିନକୁ ଦିନ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି।
ଫନୀ ପରେ ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇଯିବାରୁ କମ୍ପ୍ୟୁଟର ଅଚଳ ହୋଇପଡିଥିଲା। ଦୁଇ ମାସପରେ ଜୁଲାଇ ୩ ତାରିଖରେ ବିଦ୍ୟୁତ୍‌ ସଂଯୋଗ ହୋଇଥିଲା। ଦୁଇମାସ ପୋଷ୍ଟଅଫିସ୍‌ କାର୍ଯ୍ୟ ବନ୍ଦ ରହିବା ପରେ ମାତ୍ର ଦୁଇ ଦିନ କାର୍ଯ୍ୟ ହୋଇ ପରେ କମ୍ପ୍ୟୁଟର ପୋଡିଯିବାରୁ ପୋଷ୍ଟଅଫିସ୍‌ କାର୍ଯ୍ୟ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। କଣାସ ମୁଖ୍ୟ ପୋଷ୍ଟଅଫିସ୍‌ ଅଧୀନରେ ବିଭିନ୍ନ ଗ୍ରାମରେ ୧୫ଟି ଉପଡାକଘର ରହିଛି। ସେହି ସବୁ ଡାକଘର ମଧ୍ୟ ୭୦ ଦିନ ହେଲା ଅଚଳ ହୋଇପଡିଥିବାରୁ ଜନସାଧାରଣ କର୍ମଚାରୀଙ୍କୁ ଗାଳିଗୁଲଜ କରୁଛନ୍ତି। ଏ ସମ୍ପର୍କରେ କଣାସ ମୁଖ୍ୟ ପୋଷ୍ଟ ମାଷ୍ଟର ଜୟ କିସାନ ବାରିକଙ୍କୁ ପଚାରିବାରୁ ବାତ୍ୟା ପାଇଁ ଦୁଇ ମାସ ଅଚଳ ହେବାପରେ କମ୍ପ୍ୟୁଟର କାର୍ଯ୍ୟକ୍ଷମ ହୋଇ ମାତ୍ର ୨ଦିନ ଚାଲି ପୋଡିଯାଇଛି। ସେବେଠୁ ପୋଷ୍ଟଅଫିସ୍‌ କାର୍ଯ୍ୟ ବନ୍ଦ ରହିଛି। ଏସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଛି। ମାତ୍ର ୮ଦିନ ବିତିଥିଲେ ବି କୌଣସି ପଦକ୍ଷେପ ନେଇନାହାନ୍ତି ଫଳରେ ଜନସାଧାରଣ ଅସନ୍ତୁଷ୍ଟୁ ହେଉଛନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri