କଣିହାଁରେ ଅମାନବୀୟ ଦୃଶ୍ୟ: ବସ୍ତା ପରି ବାଇକ୍‌ରେ ଜ୍ୱାଇଁଙ୍କୁ ବାନ୍ଧିନେଲେ

କଣିହାଁ, ୨୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ଜ୍ୱାଇଁଙ୍କୁ ଶ୍ୱଶୁର ଘର ଲୋକେ ମାଡ଼ ମାରି ଏକ ବାଇକ ପଛରେ ବସ୍ତା ପରି ବାନ୍ଧି ନେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏ ସମ୍ପର୍କରେ ଅଭିଯୋଗ ହେବା ପରେ କଣିହାଁ ପୋଲିସ ନଂ. ୭୧/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନା ମୁତାବକ, ତାଳଚେର କଲିୟାରୀ ଥାନା ଗୋପାଳପ୍ରସାଦ ଫାଣ୍ଡି ଅନ୍ତର୍ଗତ ବନବାସପୁର ଗ୍ରାମର ଦୁଃଖବନ୍ଧୁ ସାହୁ କଣିହାଁ ଥାନା ସାନତ୍ରିବିଡା ଗ୍ରାମରେ ବିବାହ କରିଥିଲେ। କଣିହାଁ ଥାନା ଦଣ୍ଡସିଂହା ଗ୍ରାମସ୍ଥିତ ତାଙ୍କ ମାମୁ ଘରେ ଅଜାଆଈଙ୍କ ପାଖରେ ସ୍ତ୍ରୀଙ୍କ ସହ ସେ ରହୁଥିଲେ। ଏମ୍‌ସିଏଲରେ ଜମି ହରାଇଥିବାରୁ ତାଙ୍କୁ ପ୍ରକଳ୍ପରେ ନିଯୁକ୍ତି ମଧ୍ୟ ମିଳିଛି। ଗତ ୧୫ ତାରିଖରେ ଦୁଃଖବନ୍ଧୁ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହାକୁ ନେଇ ୧୬ ତାରିଖରେ ଶ୍ୱଶୁର ଭିକାରୀ ଭୁତିଆ, ଶଳା ନେଙ୍କୁରୀ ଭୁତିଆ ଓ ଭାବ ଭୁତିଆ ତାଙ୍କୁ ମାଡ଼ ମାରି ବେହୋସ କରିଦେଇଥିଲେ। ପରେ ତାଙ୍କୁ ଏକ ବାଇକ୍‌ରେ ବାନ୍ଧି କେଉଁଆଡେ ନେଉଥିବାବେଳେ କେହି ଜଣେ ପୋଲିସକୁ ଖବର ଦେଇଥିଲେ। ଏ ସମ୍ପର୍କରେ ଜାଣିବା ପରେ ସେମାନେ ଦୁଃଖବନ୍ଧୁଙ୍କୁ ଖୋଲି ଦେଇଥିଲେ। ପୋଲିସ ତାଙ୍କୁ କଣିହାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ଥାନାରେ ବୁଝାମଣା ହୋଇ ମାମଲାର ସମାଧାନ ହୋଇଥିଲା। ଏହା ପରେ ଦୁଃଖବନ୍ଧୁ ଶ୍ୱଶୁର ଘରକୁ ଯାଇଥିଲେ। ୨୧ ତାରିଖରେ ସେ ଶ୍ୱଶୁର ଘରୁ ଆସିବା ପରେ ଗୁରୁବାର କଣିହାଁ ଥାନାରେ ଏ ବାବଦରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରପଞ୍ଚ ଦୁଃଖବନ୍ଧୁ ଭୁତିଆ, ସାମାଜିକକର୍ମୀ ଶାନ୍ତି ବେହେରା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri