କଣିହାଁରେ ହାତୀ: ଉଜାଡୁଛନ୍ତି ଫସଲ, ଘର

କଣିହାଁ, ୧୨ା୭(ଡି.ଏନ.ଏ.)-କଣିହାଁ ବ୍ଲକ ଅଞ୍ଚଳରେ କିଛି ଦିନ ହେଲା ୩ ହାତୀ ଆତଙ୍କ ଖେଳାଇଛନ୍ତି। ଗୁରୁବାର ହାତୀପଲ ଦଲକ, ତାଳପଦା, କଣିହାଁ, ହନୁମାନପୁର ପଞ୍ଚାୟତରେ ପଶି ବ୍ୟାପକ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛନ୍ତି। ଦଲକ ଓ ପୋଇପାଳ ବାସିନ୍ଦାଙ୍କ କହିବା ମୁତାବକ, ହାତୀପଲ ଗ୍ରାମରେ ପଶି ବହୁ ଲାଭକରୀ ଫସଲ ସହ ଆମ୍ବ, ପଣସ, ଅମୃତ ଭଣ୍ଡା, କଦଳୀ ଗଛ ଆଦି ଭାଙ୍ଗି ନଷ୍ଟ କରୁଛନ୍ତି। ଛତି ଭାନୁ, ପତୁରୁଆ, ଅଙ୍ଗାରୁଆ, ବାଲି, ବିଡିଡଣ ଆଦି ଜଙ୍ଗଲରୁ ହାତୀପଲ ଜନବସତି ମୁହାଁ ହେଉଛନ୍ତି। ତୁରନ୍ତ ଏହି ଅଞ୍ଚଳରୁ ହାତୀ ଘଉଡାଇବା ପାଇଁ ଦାବି ହୋଇଛି। ଏ ନେଇ କଣିହାଁ ବନାଞ୍ଚଳ ଅଧିକାରୀ ପ୍ରତାପ ରାଉଳ କହିଛନ୍ତି, ଦେବଗଡ ଜିଲାରୁ ୩ଟି ହାତୀ ପଶି କ୍ଷୟକ୍ଷତି କରୁଛନ୍ତି। ହନୁମାନପୁର, ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ଜଙ୍ଗଲ ମଧ୍ୟକୁ ବାଟ ହୁଡି ହାତୀପଲ ଗ୍ରାମରେ ପଶିଯାଉଛନ୍ତି। ବନାଞ୍ଚଳର ୩ ଫରେଷ୍ଟ ସେକ୍ସନ କର୍ମଚାରୀ ହାତୀ ଘଉଡାକାର୍ଯ୍ୟରେ ନିୟୋଜିତ ଅଛନ୍ତି। ରାଜ୍ୟ ସରକାର କ୍ଷୟକ୍ଷତିର ରିପୋର୍ଟ ନେଇ ବିଭାଗ ଜରିଆରେ କ୍ଷତିପୂରଣ ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri