କଣ୍ଟାପୀଢ଼ା ଯାତ୍ରା, କନ୍ଧୁଣୀ ଦେବୀ ମହୋତ୍ସବ ପ୍ରସ୍ତୁତି ବୈଠକ

ସୋରଡ଼ା,୧୫।୮(ଡି.ଏନ୍‌.ଏ.)-ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀଙ୍କ କଣ୍ଟାପୀଢ଼ା ଯାତ୍ରା ଓ କନ୍ଧୁଣୀ ଦେବୀ ମହୋତ୍ସବ ପାଇଁ ବୁଧବାର ବଡ଼କାଳି ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଗୁରୁବାର ଅପରାହ୍ନରେ ମନ୍ଦିର ପରିସରରୁ ଶୁଭଖୁଣ୍ଟିକୁ ପୂଜା କରାଯାଇ ଢୋଲ କିର୍ତ୍ତନ ସହ ଶୋଭାଯାତ୍ରାରେ ରଥପଦା, ବଡ଼ଦାଣ୍ଡ, ଆଡପମଣ୍ଡପ, ସାରୁଆ ସାହି, ଗଣିଛକ ଅଞ୍ଚଳ ଭ୍ରମଣ କରି ମନ୍ଦିର ପରିସରେ ସ୍ଥାପନ କରାଯାଇଛି। ଆସନ୍ତା ସେପ୍ଟମ୍ବର ୧୦ ତାରିଖରେ ବାଲିଯାତ୍ରା ଏବଂ ରଥପଦା ଅସ୍ଥାୟୀ ମଣ୍ଡପରେ କନ୍ଧୁଣୀ ଦେବୀ ମହୋତ୍ସବ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ୨୩ ସେପ୍ଟେମ୍ବରରେ କଣ୍ଟାପିଢ଼ା ଯାତ୍ରା ଉଦ୍‌ଯାପନ ସହ ଆମେ କଳାକାର ଦ୍ୱାରା ଅପେରା ମଞ୍ଚସ୍ଥ ହେବ। ବୈଠକରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଥାନାଧିକାରୀ ପ୍ରଭାତ ସାହୁ, କମିଟି ସମ୍ପାଦକ ଦୁର୍ଗାଚରଣ ଶତପଥୀଙ୍କ ସମେତ ସହରବାସୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri