କଣ୍ଟାବାଞ୍ଜିରେ ଶଟ୍‌ଡାଉନ ପ୍ରଭାବ: ପୋଲିସର କଡ଼ାକଡ଼ି ଯାଞ୍ଚ, ଅମାନିଆଙ୍କଠୁ ଆଦାୟ ହେଉଛି ଜରିମାନା

କଣ୍ଟାବାଞ୍ଜି,୧୩।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନିଆ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିିରେ ମଧ୍ୟ ଦ୍ୱିତୀୟ ଶଟ୍‌ଡାଉନକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛିା ଏପରିକି ଶନିବାର ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଜରୁରୀକାଳିନ ସେବା ମଧ୍ୟରେ ଓଷଧ ଦୋକାନ, ଜନସ୍ବାସ୍ଥ୍ୟ ସେବା, ଅଗ୍ନୀଶମସେବା ସଂସ୍ଥା ସହିତ ଡେଲିଭରି ସେବା ଜାରି ରହିଛି। ସହରର ମୂଖ୍ୟ ବାଣିଜ୍ୟ କେନ୍ଦ୍ର ଇନ୍ଦିରା ଛକ ନିକଟରେ କଣ୍ଟାବାଞ୍ଜିି ପୋଲିସ ଦ୍ୱାରା କଡ଼ାକଡ଼ି ଯାଞ୍ଚ କରାଯାଇ ପାସ ନ ଥିବା ଗାଡି ଏବଂ ଆବଶ୍ୟକ କାମ ନ ଥାଇ ଯାତାୟତ କରୁଥିବା ବ୍ୟକ୍ତିଙ୍କୁ ତାଗିଦ କରାଯାଇ ଫାଇନ ଆଦାୟ ହେଉଛି। ମାସ୍କ ପିନ୍ଧି ନ ଥିବା ବ୍ୟକ୍ତି ଏବଂ ଚାରିଚକିଆ ଗାଡ଼ିରେ ସାମାଜିକ ଦୂରତା ନ ଥିଲେ ସେମାନଙ୍କୁଠାରୁ ମଧ୍ୟ ଫାଇନ ଅସୁଲ କରାଯାଇଛି। ଏହି ଶଟ୍‌ଡାଉନକୁ କଡ଼ାକଡ଼ିଭାବେ ପାଳନ କରିବା ନେଇ କଣ୍ଟାବାଞ୍ଜି ପୋଲିସ ଏସ୍‌ଡିପିଓ ସରୋଜ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଥାନା ଆଇଆଇସି ସତ୍ୟଜିତ କାଣ୍ଡେଲକର,ଏଏସ୍‌ଆଇ ପଞ୍ଚାନନ ଖୁଆସ, ଏଏସ୍‌ଆଇ ଭଗବତ ପ୍ରସାଦ ସାଏ, ଏଏସ୍‌ଆଇ ଗଙ୍ଗାଧର ମଲ୍ଲିକ ସହ ଓଏସଏପି ବାଟାଲିୟନ ଏକ ପ୍ଲାଟୁନ ପୋଲିସ କର୍ମଚାରୀ ମୁତୟନ ଅଛନ୍ତି। ସହରର ରାଜୀବ ଛକ, ଶାସ୍ତ୍ରୀ ଛକ, ଭଜନ ଛକ, ଚୈତନ୍ୟ ପ୍ରଧାନ ଛକ ଏବଂ ସହରର ମୂଖ୍ୟ ଦ୍ୱାର ଚଟୁଅନକା, ତୁରେକେଲା, ବଙ୍ଗୋମୁଣ୍ଡା ଓ ଗୁଡ଼ିଘାଟ ରାସ୍ତାକୁ ମଧ୍ୟ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri