କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢ଼ାଉ: ୭ ଜୁଆଡ଼ି ଗିରଫ: ୯୫ ହଜାର ୪୮୫ ଟଙ୍କା ଜବତ

କଣ୍ଟାବାଞ୍ଜି,୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ପୋଲିସ ଅଧୀକ୍ଷକ ସନ୍ଦିପ ସମ୍ପଦ ମଡକରଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ରାତିରେ କଣ୍ଟାବାଞ୍ଜିର ଏକ ଜୁଆ ଆଡ୍ଡାରେ ପୋଲିସ ଅଚାନକ ଚଢ଼ାଉ କରିଥିଲା। ଏଥିରେ ୭ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୭ଟି ମୋବାଇଲ ଫୋନ୍‌, ନଗଦ ୯୫,୪୮୫ ଟଙ୍କା, ୨୧୩ଟି ତାସ ଜବତ ହୋଇଛି । ବୁଧବାର ସକାଳେ ସ୍ଥାନୀୟ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀରେ ସ୍ଥାନୀୟ ଏସ୍‌ଡିପିଓ ସରୋଜ କୁମାର ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ଅନିଲ କୁମାର ଅଗ୍ରୱାଲ, ବିଜୟ ଅଗ୍ରୱାଲ, ଶଙ୍କର ଅଗ୍ରୱାଲ, ନବୀନ ଗୋଏଲ, ରାକେଶ ଅଗ୍ରୱାଲ, ମହେଶ ଅଗ୍ରୱାଲ, ଅଶୋକ ବଂଶଲ।
ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ପର୍ଶୁରାମ ଛକ ନିକଟରେ ଏକ ଘରେ ଜୁଆ ଖେଳାଯାଉଥିବା ପୋଲିସ ଏସ୍‌ପିଙ୍କୁ ଖବର ଯାଇଥିଲା । ଏହା ପରେ ଏସ୍‌ପି ମଡକରଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଡିପିଓ ମହାପାତ୍ର ଆଇଆଇସି ସତ୍ୟଜିତ କାଣ୍ଡେଲକର, ସବ୍‌ ଇନ୍ସପେକ୍ଟର ପ୍ରଦୀପ କୁମାର ଗୁରିଆ ପ୍ରମୁଖ ଅତର୍କିତ ଚଢ଼ାଉ କରିଥିଲେ । ଅଭିଯୁକ୍ତଙ୍କୁ ଗିରଫ ପରେ ବୁଧବାର କଣ୍ଟାବାଞ୍ଜି ଥାନାରେ କେସ ନଂ. ୧୩୩/୨୦ରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri