Posted inରାଜ୍ୟ

କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ

ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ ଅଧିକ ଉତ୍ତପ୍ତ କରୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ନିର୍ମାଣ ଆବଶ୍ୟକତା ମେଣ୍ଟାଇବା ପାଇଁ ବ୍ୟବସାୟିକ ଭିତ୍ତିରେ ଇଟାଭାଟି ସଂଖ୍ୟା ବଢିଚାଲିଛି। କଣ୍ଟିଲୋ ଓ ଖଣ୍ଡପଡା ନିକଟ ନଦୀ ତଟବର୍ତ୍ତୀ ତଥା ମୁଖ୍ୟ ରାସ୍ତା କଡ ଜମିଗୁଡିକରେ ବ୍ୟବସାୟ ଲକ୍ଷ୍ୟରେ ଭାଟି ପ୍ରତିଷ୍ଠା କରାଯାଇ ଇଟା ପ୍ରସ୍ତୁତ କରାଯାଉଛି ା ଫଳରେ ସମ୍ପୃକ୍ତ ଅଞ୍ଚଳର ଚାଷଜମି ପରିମାଣ ହ୍ରାସ ପାଇବା ସହ ଆଖପାଖ ଅଞ୍ଚଳର ବୃକ୍ଷ ସମ୍ପଦର ଦ୍ରୁତ ଅବକ୍ଷୟ ହୋଇ ସବୁଜିମା ଉଭେଇ ଯାଉଛି । ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଇଟା ପ୍ରସ୍ତୁତ ଓ ଭାଟି ନିର୍ମାଣ ପାଇଁ ଚାଷ ଜମିର ଉପରସ୍ତର ମାଟି ଉଠାଇ ଦିଆଯାଉଥିବାରୁ ମୃତ୍ତିକା କ୍ଷୟ ବୃଦ୍ଧି ପାଉଛି । ଫଳରେ ନଦୀ କୂଳବର୍ତ୍ତୀ ନଦୀବନ୍ଧଗୁଡିକ ଦୁର୍ବଳ ହୋଇପଡୁଛି । ଯେ କୌଣସି ସମୟରେ ନଦୀ ବଢିରେ ନଦୀ ଶଯ୍ୟା ପରିବର୍ତ୍ତନ ଘଟିବାର ଆଶଙ୍କା ରହିଛି ବୋଲି ବୁଦ୍ଧିଜୀବୀମାନେ ମତ ପୋଷଣ କରୁଛନ୍ତି । ଏହି ଇଟାଭାଟି ଯୋଗୁ ଶହ ଶହ ଏକର ଚାଷ ଉପଯୋଗୀ ଜମି ବିଗତ ବର୍ଷରେ ଅଣଚାଷ ଜମିରେ ପରିଣତ ହୋଇଥିବା ଜଣାପଡିଛି। ଅପରପକ୍ଷେ ଖଣ୍ଡପଡାଠାରୁ ନୟାଗଡ ଯିବା ରାସ୍ତା କଡରେ ଥିବା ଇଟା ଭାଟିଗୁଡିକରୁ ନିର୍ଗତ ତତଲା ଧୂଆଁ ପରିବେଶକୁ ଅଧିକ ଉତ୍ତପ୍ତ କରୁଛି। ଏଥିଯୋଗୁ ପଥଚାରୀଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି । ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ନେବା ଜରୁରୀ ବୋଲି ସାଧାରଣରେ ମତପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri