କଣ୍ଟିଲୋ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୩ା୫: ନୟାଗଡ଼ ଜିଲା ଖଣ୍ଡପଡା ବ୍ଲକ କଣ୍ଟିଲୋ ପଞ୍ଚାୟତର ଏକ୍‌ଜିକ୍ୟୁଟିଭ ଅଫିସର (ପିଇଓ) ବିଜୟ କୁମାର ନନ୍ଦଙ୍କୁ ଜିଲାପାଳ ପୋମା ଟୁଡୁ ଗତ ୨୦ ତାରିିଖରେ ନିଲମ୍ବିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗରେ ତାଙ୍କ ବିରୋଧରେ ଏଭଳି ପଦକ୍ଷେପ ନିଆଯାଇଛି। ନନ୍ଦ ଖଣ୍ଡପଡା ପଞ୍ଚାୟତର ପିଇଓ ଭାବେ ଅତିରିକ୍ତ ଦାୟିତ୍ୱରେ ଥିଲେ। ଜିଲା ପଞ୍ଚାୟତ ଅଧିକାରୀ ରତିକାନ୍ତ ଆଚାର୍ଯ୍ୟଙ୍କ ସୂଚନା ଅନୁସାରେ ଗଣିଆ ବ୍ଲକର ଛାମୁଣ୍ଡିଆ ପଞ୍ଚାୟତରେ ପିଇଓ ଭାବେ କାର୍ଯ୍ୟରତ ଥିବାବେଳେ ତାଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆସିଥିଲା। ତଦନ୍ତ ପରେ ଅନିୟମିତତା ପ୍ରମାଣିତ ହେବାରୁ ଜିଲାପାଳ ନିଲମ୍ବିତ କରିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?