କଣ୍ଟେନମେଣ୍ଟ ଜୋନରେ କଟକଣା ଜାରି ରହିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ସୋମବାରଠାରୁ ସାରା ରାଜ୍ୟରେ ଲାଗୁ ହୋଇଛି ଲକଡାଉନ ୪.୦। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୪ର୍ଥ ପର୍ଯ୍ୟାୟର ଲକଡାଉନକୁ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରିବେ। ଏଥିରେ ଜିଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଅଧିକ କ୍ଷମତା ମିଳିଛି। ବର୍ତ୍ତମାନ ଜିଲାପାଳ ଓ ମ୍ୟୁନିସପାଲ କମିଶନରମାନେ ଜୋନ ଚିହ୍ନଟ କରିବେ ବୋଲି ସୋମବାର ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି ଯେ, ନିୟମ ଉଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। କଣ୍ଟେନମେଣ୍ଟ ଜୋନରେ ସମସ୍ତ ପ୍ରକାର କଟକଣା ଜାରି ରହିବ ବୋଲି ମୁଖ୍ୟ ଶାସନ ସଚିବ ତ୍ରିପାଠୀ ପ୍ରକାଶ କରିଛନ୍ତି। ସେହିପରି ଜାତୀୟ ଓ ଅନ୍ତର୍ଜାତୀୟ ବିମାନ ସେବାକୁ ଅନୁମତି ମିଳିବ ନାହିଁ। କିନ୍ତୁ ଏୟାର ଆମ୍ବୁଲାନ୍ସ ପାଇଁ ଅନୁମତି ମିଳିବ। ସ୍କୁଲ, କଲେଜ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଅନଲାଇନ ପାଠପା ଚାଲୁ ରହିବ। ହେଟେଲ, ରେଷ୍ଟୁରାଣ୍ଟ ବନ୍ଦ ରହିବ। ରାଜ୍ୟ ରାଜ୍ୟ ମଧ୍ୟରେ ବସ ଚାଲିବା ନେଇ ନିଷ୍ପତ୍ତି ହୋଇନାହିଁ। ସାମାଜିକ, ରାଜନୈତିକ, ଧାର୍ମିକ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri