କଣ୍ଡକ୍ଟରଙ୍କୁ ମାଡ଼, ଜେଲଗଲେ ଯୁବକ

ଆସିକା,୨୫ା୧୧(ଡି.ଏନ୍‌.ଏ.) -ଆସିକା-ଭଞ୍ଜନଗର ମୁଖ୍ୟରାସ୍ତାର ଇଣ୍ଡନପୁର ଗ୍ରାମ ଛକ ନିକଟରେ ଏକ ଘରୋଇ ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଇଣ୍ଡନପୁର ଗ୍ରାମର ଶମ୍ଭୁ ଭୂୟଁା। ଏହି ମାମଲାରେ ସମ୍ପୃକ୍ତ ଜଣେ ନାବାଳକଙ୍କ ବିରୋଧରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇଛି। ନାବାଳକଙ୍କୁ ତାଙ୍କ ବାପାଙ୍କ ଜିମାରେ ଛଡାଯାଇଥିବା ଗାଙ୍ଗପୁର ଥାନା ଅଧିକାରୀ ଧିରେଶ କୁମାର ଦାସ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗୁରୁବାର ଅଭିଯୁକ୍ତ ଶମ୍ଭୁ ଓ ସମ୍ପୃକ୍ତ ନାବାଳକ ଉକ୍ତ ଘରୋଇ ବସ୍‌ରେ କ୍ଷତ୍ରିୟବରପୁରରୁ ଇଣ୍ଡନପୁର ଆସିବାକୁ ବସିଥିଲେ। ଇଣ୍ଡନପୁର ଠାରେ ଗାଡିର ଷ୍ଟପେଜ୍‌ ନ ଥିବାରୁ ପୂର୍ବ ଷ୍ଟପେଜ ଗାଙ୍ଗପୁରଠାରେ କଣ୍ଡକ୍ଟର ସେମାନଙ୍କୁ ଓହ୍ଲାଇ ଦେଇଥିଲା। ଏନେଇ କଣ୍ଡକ୍ଟରଙ୍କ ସହ ପାଟିତୁଣ୍ଡ ହୋଇଥିଲା। ଶନିବାର ବସ୍‌କୁ ଇଣ୍ଡନପୁର ଛକରେ ଅଟକାଇ ସମ୍ପୃକ୍ତ କଣ୍ଡକ୍ଟରଙ୍କୁ ଶମ୍ଭୁ ଓ ସମ୍ପୃକ୍ତ ନାବାଳକ ମାଡ ମାରିଥିଲେ। ବସ୍‌ କଣ୍ଡକ୍ଟର ଗୋପାଳକୃଷ୍ଣ ଡାକୁଆ ଶନିବାର ଗାଙ୍ଗପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୨୧୫/୧୯ରେ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri