କଣ୍ଢେଇ ନାଚରେ ପର୍ଯ୍ୟଟନ ସଚେତନ କରୁଛନ୍ତି ତେଲେଙ୍ଗାନାର ମାଧବୀଲତା

କୋରାପୁଟ,୨୭ା୧୦(ସ୍ବ.ପ୍ର.): ପ୍ରତି ଗ୍ରାମ ଓ ସହରାଞ୍ଚଳରେ ରୋଡ ଶୋ ହେଉଛି। ପାରମ୍ପରିକ ଷ୍ଟେଜ ଶୋ କରାଯାଉଛି। ଏହି ଶୋଗୁଡ଼ିକରେ କଣ୍ଢେଇ ନାଚ ପ୍ରଦର୍ଶନ କରି ପର୍ଯ୍ୟଟନସ୍ଥଳୀ ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି ତେଲେଙ୍ଗାନାର ଜଣେ ମହିଳା। ସେ ହେଲେ ଜି. ମାଧବୀଲତା। କୋରାପୁଟ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ଶନିବାର ଏହିଭଳି ଏକ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରିଥିଲେ ମାଧବୀ। ସେଥିରେ ସେ ପିଲାଙ୍କୁ କଣ୍ଢେଇ ଖେଳ ଦେଖାଇ ତାହାରି ମାଧ୍ୟମରେ ଭାରତର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଉପରେ ସେମାନଙ୍କୁ ସଚେତନ କରିଥିଲେ। ସେଥିରେ ତେଲେଙ୍ଗାନାର ଚାରମିନାର, ଗୋଲକୋଣ୍ଡା ଦୁର୍ଗ, ଚୋମହଲା ପ୍ୟାଲେସ, ମେଡକ ଚର୍ଚ୍ଚ, ଭଗିର ଦୁର୍ଗ, କୁନ୍ତଳା ୱାଟରଫଲ, ବିର୍ଲା ମନ୍ଦିର, ଜଗଲାମ୍ବା ମନ୍ଦିର, ରାମପ୍ପା ମନ୍ଦିର, ରାମୋଜି ଫିଲ୍ମସିଟି ଭଳି ପର୍ଯ୍ୟଟନ ସ୍ଥଳୀ ରହିଥିଲା। ତେଲେଙ୍ଗାନାରୁ ଆସିଥିବା ଆସୋସିଏସନ ଫର ଦି ପ୍ରମୋଶନ ଅଫ ଦି ଆର୍ଟ ଅଫ୍‌ ପପେଟ୍ରୀ ଦଳ (ଏପିପିଏ)ର ସମ୍ପାଦକ ଥାଇ ମାଧବୀ ୨୦ ବର୍ଷ ହେଲା ଏଭଳି ଅଭିନବ ଉଦ୍ୟମ ଚଳାଇଛନ୍ତି। ଏହି ଦଳ ଏଯାବତ୍‌ ମାଲକାନଗିରି, ଢେଙ୍କାନାଳ, ପୁରୀ, ଦେବଗଡ଼, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା ପରି ଜିଲାରେ ଏପରି ସଚେତନତା କାର୍ଯ୍ୟକ୍ରମ କରିସାରିଛି। ମାଧବୀଲତା ନିଜର ସହଯୋଗୀ ଚାଲା ଉଦୟ ତେଜା, କୈଦୁରି କ୍ରିଷ୍ଣା, ଏମ୍‌. ଶ୍ରୁଥିଙ୍କ ସହ ଏଭଳି ସଚେତନତା କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ମାଗୁଣି ଚରଣଙ୍କ ନେତୃତ୍ୱରେ ମଧ୍ୟ ଏହି କଣ୍ଢେଇ ନାଚ ଦ୍ୱାରା ଲୋକଙ୍କୁ ପର୍ଯ୍ୟଟନ ଓ ପର୍ଯ୍ୟଟନସ୍ଥଳୀ ବାବଦରେ ଆକୃଷ୍ଟ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri