କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ଆଠମଲ୍ଲିକର ନାରାୟଣ ସ୍ବାଇଁ (୬୭)।

ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଆଠମଲ୍ଲିକରୁ ଆସୁଥିବା ଯାତ୍ରୀବାହୀ ବସ୍‌ ସୁଲୁ(ଓଆର୍‌-୧୯-ଏମ୍‌-୫୫୭୪) ଅନୁଗୋଳ ଆସୁଥିବା ବେଳେ କତଡ଼ା ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ଫଳରେ ବସ୍‌ ତଳେ ଚାପି ହୋଇ ନାରାୟଣଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଓ ଜରପଡ଼ା ପୋଲିସ ସହାୟତାରେ ଗୁରୁତର ଆହତ ହୋଇଥିବା ୧୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri