କଥା କହିବାରେ ସମସ୍ୟା ହୋଇପାରେ କରୋନା ଲକ୍ଷଣ

ଜେନିଭା: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି। ଅଦ୍ୟାବଧି ୪୮ ଲକ୍ଷରୁ ଅଧିକ ଲୋକ ଏହି ଭୂତାଣୁ କବଳରେ ଫସିଥିବା ବେଳେ ୩ ଲକ୍ଷରୁ ଅଧଇକ ଲୋକ ପ୍ରାଣ ହରାଇ ସାରିଲେଣି। ଏଭଳି ମହାସଙ୍କଟ ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯିବା ସହ କଥା କହିବାରେ ସମସ୍ୟା ଦେଖାଦେବା କରୋନା ଭୂତାଣୁ ସଂକ୍ରମଣର ଲକ୍ଷଣ ବୋଲି କୁହାଯାଇଛି। ଆଗରୁ ଆମେ ଜାଣିଥିଲେ ଦେହରେ ଜ୍ୱର ଆସିବା କିମ୍ବା କାଶହେବା କରୋନା ଭୂତାଣୁର ଲକ୍ଷଣ ହୋଇପାରେ। ଏବେ କଥା କହିବାରେ କଷ୍ଟ ଅନୁଭବ କରିବା ମଧ୍ୟ ଏକ କରୋନା ଲକ୍ଷଣ ବୋଲି ଦର୍ଶାଯାଇଛି। ଏଭଳି ନୂଆ ଲକ୍ଷଣ ପ୍ରତି ବିଶ୍ୱବାସୀ ସତର୍କରହିବା ଲାଗି ପରାମର୍ଶ ଦିଆଯାଇଛି। କହିବାରେ କଷ୍ଟ ଅନୁଭବ କଲେ, ତୁରନ୍ତ ଡାକ୍ତରଙ୍କ ସହ ଦେଖାକରିବା ଜରୁରୀ। ଏହା କରୋନା ଆକ୍ରାନ୍ତଙ୍କୁ ଆରୋଗ୍ୟ କରିବାରେ ସହାୟକ ହୋଇପାରିବ। ଏଥିରେ ବିଳମ୍ବ କଲେ ସମସ୍ୟା ଦ୍ୱିଗୁଣିତ ହେବା ଆଶଙ୍କା ରହିଛି ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି।
କରୋନା ଆକ୍ରାନ୍ତ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏହାଛଡ଼ା ମୁଣ୍ଡ ବିନ୍ଧିବା, ଚଲାବୁଲା କରିବାରେ ଥକ୍କାପଣ ଅନୁଭବ କରିବା ଏହାର ଲକ୍ଷଣ ହୋଇଥାଏ। କହିବାରେ କଷ୍ଟ ସବୁବେଳେ ଯେ କରୋନା ପ୍ରଭାବ, ତାହା କହିବା ଠିକ୍‌ ନୁହେଁ। ଅନ୍ୟ କାରଣରୁ ମଧ୍ୟ ଏଭଳି କିଛି ହୋଇଥାଏ। ତଥାପି କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ଏଭଳି ଲକ୍ଷଣ ରହିଥାଏ, ଯାହାକି ଡାକ୍ତରଙ୍କୁ ନ ଦେଖାଇ ଡେରିକଲେ ଭୟଙ୍କର ପରିଣାମ ଭୋଗ କରିବାକୁ ପଡ଼ିଥାଏ। କରୋନା ରୋଗୀଙ୍କୁ ଆଇସୋଲେଶନରେ ରଖିବା ଦ୍ୱାରା ସେମାନଙ୍କ ମାନସିକ ସ୍ଥିତି ଠିକ୍‌ ନ ଥାଏ। ସର୍ବଦା ସେମାନେ ମାନସିକ ଚାପରେ ରହିଥାନ୍ତି। ଏଭଳି ପରିସ୍ଥିତିରେ ରୋଗୀଙ୍କ ଉଚିତ ଚିକିତ୍ସା ସହ ମନୋବଳ ଦୃଢ଼କରିବା ଲାଗି ପଦକ୍ଷେପ ଗ୍ରହଣ କରାଯିବା ଉଚିତ। ଭୂତାଣୁ ପ୍ରକୋପ ଜଣେ ବ୍ୟକ୍ତିଙ୍କ ଢଙ୍ଗ ରଙ୍ଗ, ଚାଲିଚଳନକୁ ବଦଳାଇ ଦେଇପାରେ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏଭଳି ପ୍ରାଣଘାତୀ ରୋଗରୁ ରକ୍ଷାପାଇବା ଲାଗି ସ୍ବଚ୍ଛ ଓ ସତର୍କ ରହିବା ଜରୁରୀ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri