କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ ହେଉଛନ୍ତି ଚିଙ୍ଗୁଡୁ। ଚିଙ୍ଗୁଡୁ ଭାଇ ବୋଲି ତାଙ୍କୁ ସମସ୍ତେ ଡାକନ୍ତି। ତାଙ୍କ ଭଲ ନାଁ ହେଉଛି ରମେଶ ଦୋରା। ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସୁଭାଷ ବୋଷ ଛକ ନିକଟରେ ସେ ଦେଇଛନ୍ତି ଚା’ ଦୋକାନ। ନିର୍ବାଚନ ସମୟରେ ସେ କଥା ଦେଇଥିଲେ କେନ୍ଦ୍ରରେ ନରେନ୍ଦ୍ର ମୋଦି ଯଦି ପୁଣି ସରକାର ଗଢନ୍ତି ତେବେ ସେ ସମସ୍ତଙ୍କୁ ଗୋଟିଏ ଦିନ ମାଗଣାରେ ଚା’ ପିଇବାକୁ ଦେବେ। ଇତି ମଧ୍ୟରେ ସାଧାରଣ ନିର୍ବାଚନ ସରିଯାଇଛି। ଫଳାଫଳ ଘୋଷଣା ଅନୁସାରେ ମୋଦି କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛନ୍ତି। ଚିଙ୍ଗୁଡୁ ନିଜ ପୂର୍ବ ପ୍ରତିଶ୍ରୁତି ରଖିଛନ୍ତି। ସେ ଶୁକ୍ରବାର ଦିନସାରା ସମସ୍ତଙ୍କୁ ମାଗଣାରେ ଚା’ ପିଇବାକୁ ଦେଇଛନ୍ତି। ଏଠାରେ ୧୦ ବର୍ଷ ହେଲା ଚା ଦୋକାନ କରି ଗୁଜୁରାଣ ମେଣ୍ଟାଉଥିବା ଚିଙ୍ଗୁଡୁଙ୍କ ଏହି କାର୍ଯ୍ୟ ପାଇଁ ସାଧାରଣରେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri