Posted inଜାତୀୟ

କଥା ହେଉ ହେଉ ହୃଦ୍‌ଘାତରେ ଯୁବକଙ୍କ ମୃତ୍ୟୁ: ସିସିଟିଭିରେ ରେକର୍ଡ ହେଲା ଭିଡିଓ

ଡେରାଡୁନ,୧।୧୦: ଘର ବାହାରେ ଠିଆହୋଇ କଥା ହେଉଥିବା ସମୟରେ ହଠାତ୍‌ ଯୁବକଙ୍କ ଚାଲିଗଲା ଜୀବନ। ସିସିଟିଭିରେ ରେକର୍ଡ ହେଲା ମୃତ୍ୟୁବେଳର ଭିଡିଓ। ଏଭଳି ବିଚଳିତ କରିଦେବା ଭଳି ଘଟଣା ଦେଖିବାକୁ ମିଳିଛି ଉତ୍ତରାଖଣ୍ଡର ହରିଦ୍ୱାରରେ। ସୂଚନାଯୋଗ୍ୟ, ହରିଦ୍ୱାର ଜ୍ୱାଲାପୁରର କୋତଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକ ସୋଏବ ରହୁଥିଲେ। ସ୍ଥାନୀୟ ବଜାରରେ ସେ କାର୍ଯ୍ୟରତ ଥିଲେ। ସୋମବାର ସୋଏବ ଘର ଆଗରେ ଠିଆ ହୋଇ ଜଣେ ବ୍ୟକ୍ତିଙ୍କ ସହ କଥା ହେଉଥିବା ସମୟରେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ଯନ୍ତ୍ରଣା ଯୋଗୁ ସେ ରାସ୍ତା ଉପରକୁ ଦୌଡିଥିଲେ। କେହି କିଛି ବୁଝିବା ଆଗରୁ ହଠାତ୍‌ ସେ ତଳେ ପଡ଼ିଯାଇଥିଲେ। ତେବେ ତଳେ ପଡ଼ିବାର ୨ ସେକେଣ୍ଡ ମଧ୍ୟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହାକୁ ଦେଖି ସେଠାରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇପଡ଼ିଥିଲେ। ଏହାପରେ ସ୍ଥାନୀୟ ଲୋକେ ତାଙ୍କୁ ହସ୍ପିଟାଲକୁ ନେଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିକଟସ୍ଥ ଏକ ଦୋକାନରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରିଥିଲେ। ଏଥିରେ ଘଟଣାର ସମସ୍ତ ଦୃଶ୍ୟ ରେକର୍ଡ ହୋଇଥିବା ଦେଖିବାକୁ ପାଇଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri