କଦଳା ଗଣ୍ଡର ପୁନରୁଦ୍ଧାର, ଦଳ ନିଷ୍କାସନ ଦାବି

ରସୁଲପୁର,୨୯।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ସୀମାଦେଇ ବହିଯାଇଥିବା କଦଳା ଗଣ୍ଡ (ଗୋବରୀ ନାଳ)ର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ସ୍ଥାନୀୟ ଅଞ୍ଚଳବାସୀ  ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବର୍ଷତମାମ ଏହି ଜଳଧାରା ସଚଳ ରହେ। ଏହି ନାଳ ଉପରେ ନରସିଂହପୁର ପଞ୍ଚାୟତ ଲୋକଙ୍କ ବ୍ୟତୀତ ଯାଜପୁର ବ୍ଲକର ମହେଶ୍ୱରପୁର ପଞ୍ଚାୟତ ବ୍ରାହ୍ମଣବାଚ୍ଚପୁର, ଗୋପିନାଥପୁର, ନିଶ୍ଚନ୍ତା, ବେଣାପୁର, ଜଗଦିଶପୁର ଗ୍ରାମର ଲୋକମାନେ ନିର୍ଭର କରି ଚଳନ୍ତି। ଖରାଦିନରେ ଏହି ନାଳ ସ୍ଥାନୀୟ ଅଞ୍ଚଳର ଜଳ ସମସ୍ୟା ସମାଧାନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଗୋରୁଗାଈଙ୍କ ପାଇଁ ତାହାକୁ ପାଣି ପିଇବାର ବିକଳ୍ପ ବ୍ୟବସ୍ଥା ଭାବରେ ଧରାଯାଏ। ବର୍ଷବର୍ଷ ଧରି ଏହି ନାଳର ଜଳ ଉତ୍ସ ବିଲାତି ଦଳରେ ଭର୍ତ୍ତି ହୋଇଛି। ପାଣି ନିଷ୍କାସନ ହୋଇପାରୁ ନଥିବାରୁ ନାଳର ପାଣି ଦୂଷିତ ହୋଇଯାଇଛି। ଏହି ପାଣି ବ୍ୟବହାରଯୋଗ୍ୟ ହୋଇପାରୁ ନାହିଁ। ଏହି ନାଳରୁ ବିଲାତି ଦଳ ଉଦ୍ଧାର କରିବା ସହ ଦୂଷିତ ପାଣି ନିଷ୍କାସନ କରି ସାଧାରଣ ବ୍ୟବହାର ଯୋଗ୍ୟ କରିବା ପାଇଁ ଗ୍ରାମବାସୀ ଯାଜପୁର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri