କଦଳୀ ଚାଷ ଦେଇଛି ପରିଚୟ

ଗୋବିନ୍ଦପାଲି, ୧୪।୩(ଡି.ଏନ୍‌.ଏ.)
ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ କରିଛନ୍ତି ଏହି ଚାଷ। ଯାହା ଅନ୍ୟମାନଙ୍କ ପାଇଁ ଏବେ ପାଲଟିଛି ଉଦାହରଣ। ମାଆବାପା ଭଉଣୀଭାଇଙ୍କୁ ନେଇ ତାଙ୍କ ପରିବାର। ତାଙ୍କ ଗ୍ରାମରେ ବସବାସ କରନ୍ତି ମାତ୍ର ୧୨ଟି ପରିବାର। ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର କି ବିଦ୍ୟାଳୟ କିଛି ନାହିଁ। ତେବେ ନିଜ ଅଧ୍ୟବସାୟ ଓ ଆଗ୍ରହ ଯୋଗୁ ବିଦ୍ୟାଳୟ ଅଧ୍ୟୟନ ସାରି ଏବେ ମାଥିଲି ଆଇଟିଆଇରେ ପାଠ ପଢୁଛନ୍ତି। ପଢାସହ ନିଜ ଘର ପଛ କିଆରିରେ କଦଳୀ ଚାଷ କରିଛନ୍ତି ପାଲସୁ। ସାଇକେଲରେ କଦଳୀ ବଜାରକୁ ନେଇ ବିକ୍ରି କରନ୍ତି। ଏଥିରୁ ସେ ନିଜର ପଢା ଖର୍ଚ୍ଚ ଉଠାଇବା ସହ ପରିବାର ଚଳାଇବାରେ ସହାୟତା କରିଥାନ୍ତି। ଆଜି ନିଜେ କଷ୍ଟ କରି ମୁଣ୍ଡର ଝାଳ ତୁଣ୍ଡରେ ମାରି ସେ ନିଜ ଗୋଡରେ ଛିଡା ହୋଇ ସମାଜରେ ଜଣେ ସଫଳ ଚାଷୀ ରୂପେ ପରିଗଣିତ ହୋଇପାରିଛନ୍ତି। ଏହି ଚାଷ ପାଇଁ ପାଲସୁ କୌଣସି ସରକାରୀ ସହାୟତା ପାଇନାହାନ୍ତି। ଏପରିକି ଉଦ୍ୟାନ ବିଭାଗର ପରାମର୍ଶ ମଧ୍ୟ ତାଙ୍କୁ ମିଳିପାରିନି। ତାଙ୍କ ଗ୍ରାମକୁ କେବେ ବିଭାଗୀୟ ଅଧିକାରୀ ଆସନ୍ତି ନାହିଁ। ଏନେଇ ଜିଲା ଉଦ୍ୟାନ କୃଷି ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଏହି ଗ୍ରାମ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ସେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri