କଦଳୀ ପଟୁଆ ଓ ସୋଲ ଡଙ୍ଗାରେ ଉଚ୍ଛୁଳିଲା ବେଳାଭୂମି, ପୁଷ୍କରିଣୀ

ପୁରୀ ଅଫିସ, ୧୨ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମଙ୍ଗଳବାର ଡଙ୍ଗା ଭସା ଏବଂ ଠାକୁରଙ୍କ ଦର୍ଶନ ସହ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି ବ୍ରତଧାରୀ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଶ୍ରୀକ୍ଷେତ୍ରର ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଛନ୍ତି ଲୋକେ। ବିଶେଷକରି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ଉଚ୍ଛୁଳି ପଡ଼ିିଥିଲା ତୀର୍ଥ ପୁଷ୍କରିଣୀ ଓ ସମୁଦ୍ର ବେଳାଭୂମି। ଆ କା ମା ବୈ, ପାନ ଗୁଆ ଦେଇ, ପାନ ଗୁଆ ତୋର, ମାସକ ଧର୍ମ ମୋର… ଉଚ୍ଚାରଣରେ କମ୍ପିଥିଲା ପରିବେଶ। ଖାସ୍‌ କରି ଶ୍ରୀକ୍ଷେତ୍ରର ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ସମେତ ତୀର୍ଥରାଜ ମହୋଦଧିରେ ରାତିର ଶେଷ ପ୍ରହରରୁ ଦେଖିବାକୁ ମିଳିଥିଲା ପ୍ରବଳ ଭିଡ଼। ବିଭିନ୍ନ ପ୍ରକାର ଡଙ୍ଗା ଧରି ସମସ୍ତେ ପହଞ୍ଚତ୍ଥିଲେ ଜଳାଶୟ କୂଳରେ। ଅନେକ ବୁଡ଼ ପକାଇ ଡଙ୍ଗାରେ ପାନ, ଗୁଆ ଆଦି ରଖି ଦୀପ ଜଳାଇ ଭସାଇ ଦେଇଥିଲେ। ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ସ୍ମୃତି ବହନ କରୁଥିବା ଏହି ଡଙ୍ଗା ଭସାକୁ ନଜରରେ ରଖି ବେଳାଭୂମି ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସେହିପରି ଦେବଦେବୀଙ୍କ ଦର୍ଶନ ପାଇଁ ମନ୍ଦିରଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଶ୍ରୀମନ୍ଦିର ବ୍ୟତୀତ ଗୁଣ୍ଡିଚା ମନ୍ଦିର, ଦରିଆ ମହାବୀର, ସିଦ୍ଧମହାବୀର, ଆଲାମ୍‌ଚଣ୍ଡୀ, ନୃସିଂହ ମନ୍ଦିର, ପଞ୍ଚ ମହାଦେବ, ମାଉସୀମା ମନ୍ଦିର, ମା ବାଟମଙ୍ଗଳା ପ୍ରଭୃତି ଦେବଦେବୀଙ୍କ ପୀଠକୁ ଯାଇ ଲୋକେ ପୂଜାର୍ଚ୍ଚନା କରିଥିଲେ। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri