କଦଳୀ ପଟୁଆ ଓ ସୋଲ ଡଙ୍ଗାରେ ଉଚ୍ଛୁଳିଲା ବେଳାଭୂମି, ପୁଷ୍କରିଣୀ

ପୁରୀ ଅଫିସ, ୧୨ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମଙ୍ଗଳବାର ଡଙ୍ଗା ଭସା ଏବଂ ଠାକୁରଙ୍କ ଦର୍ଶନ ସହ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି ବ୍ରତଧାରୀ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଶ୍ରୀକ୍ଷେତ୍ରର ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଛନ୍ତି ଲୋକେ। ବିଶେଷକରି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ଉଚ୍ଛୁଳି ପଡ଼ିିଥିଲା ତୀର୍ଥ ପୁଷ୍କରିଣୀ ଓ ସମୁଦ୍ର ବେଳାଭୂମି। ଆ କା ମା ବୈ, ପାନ ଗୁଆ ଦେଇ, ପାନ ଗୁଆ ତୋର, ମାସକ ଧର୍ମ ମୋର… ଉଚ୍ଚାରଣରେ କମ୍ପିଥିଲା ପରିବେଶ। ଖାସ୍‌ କରି ଶ୍ରୀକ୍ଷେତ୍ରର ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ସମେତ ତୀର୍ଥରାଜ ମହୋଦଧିରେ ରାତିର ଶେଷ ପ୍ରହରରୁ ଦେଖିବାକୁ ମିଳିଥିଲା ପ୍ରବଳ ଭିଡ଼। ବିଭିନ୍ନ ପ୍ରକାର ଡଙ୍ଗା ଧରି ସମସ୍ତେ ପହଞ୍ଚତ୍ଥିଲେ ଜଳାଶୟ କୂଳରେ। ଅନେକ ବୁଡ଼ ପକାଇ ଡଙ୍ଗାରେ ପାନ, ଗୁଆ ଆଦି ରଖି ଦୀପ ଜଳାଇ ଭସାଇ ଦେଇଥିଲେ। ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ସ୍ମୃତି ବହନ କରୁଥିବା ଏହି ଡଙ୍ଗା ଭସାକୁ ନଜରରେ ରଖି ବେଳାଭୂମି ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସେହିପରି ଦେବଦେବୀଙ୍କ ଦର୍ଶନ ପାଇଁ ମନ୍ଦିରଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଶ୍ରୀମନ୍ଦିର ବ୍ୟତୀତ ଗୁଣ୍ଡିଚା ମନ୍ଦିର, ଦରିଆ ମହାବୀର, ସିଦ୍ଧମହାବୀର, ଆଲାମ୍‌ଚଣ୍ଡୀ, ନୃସିଂହ ମନ୍ଦିର, ପଞ୍ଚ ମହାଦେବ, ମାଉସୀମା ମନ୍ଦିର, ମା ବାଟମଙ୍ଗଳା ପ୍ରଭୃତି ଦେବଦେବୀଙ୍କ ପୀଠକୁ ଯାଇ ଲୋକେ ପୂଜାର୍ଚ୍ଚନା କରିଥିଲେ। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri