କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଫକିରୁଦ୍ଦିନ ଖାନ୍‌ ଓରଫ୍‌ ଫକ। ଶୁକ୍ରବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ଗତ ୨୦ ତାରିଖରେ ଚୋରା କୋଇଲା ଗାଡ଼ି ଅଟକାଉଥିବା ବେଳେ ତାଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ହୋଇଥିଲା। ଗୁରୁବାର ମଧ୍ୟରାତ୍ରରେ ଫକିରୁଦ୍ଦିନ ଭଦ୍ରକ ବୁଧବାର ହାଟ ନିକଟସ୍ଥ ଏକ ମସ୍‌ଜିଦ୍‌ ପାଖରେ ବୁଲୁଥିବା ସୂଚନା ପାଇ ଗ୍ରାମାଞ୍ଚଳ ପୋଲିସ ଚଢ଼ାଉକରି ତାଙ୍କୁ ଗିରଫ କରିଛି। ପୂର୍ବରୁ ଏ ନେଇ ଗ୍ରାମାଞ୍ଚଳ ଥାନାରେ ଏକ ମାମଲା ନଂ. ୩୭୬/୧୯ ରୁଜୁ ହୋଇଥିଲା। ଘଟଣାର ୧୦ ଦିନ ପରେ ଅଭିଯୁକ୍ତଙ୍କୁ ଧରାଯାଇ ନ ଥିବା ଖବର ଗତ ୩୦ ତାରିଖରେ ଧରିତ୍ରୀ ଖବରକାଗଜରେ ପ୍ରକାଶ ପାଇଥିଲା। ଏହାର ଠିକ୍‌ ୨ ଦିନ ପରେ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ଗାଡ଼ି ଚାଳକ ଏବେ ସୁଦ୍ଧା ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?