ଆଠମଲ୍ଲିକ,୧୨ା୬(ଡି.ଏନ.ଏ.)-ଆଠମଲ୍ଲିକ ଥାନା ଜାମୁଡୋଲି ଫାଣ୍ଡିର ଜଣେ କନଷ୍ଟେବଳଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ ମଙ୍ଗଳବାର ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆଠମଲ୍ଲିକ ଥାନା କଣ୍ଟାପାବୁଲି ଗ୍ରାମର ମଧୁସୂଦନ ଗୁଡାୟକ (୨୬), ପୁରୁଣାକୋଟ ଥାନା ଟିକରପଡା ଗ୍ରାମର ଦିଲୀପ ସେଠ (୨୧), ହରଭଙ୍ଗା ଥାନା ହରଭଙ୍ଗା ଗ୍ରାମର ଅଜିତ ପଟ୍ଟନାୟକ (୨୩), ବାଉଁଶୁଣୀ ଥାନା କଙ୍କଲା ଗ୍ରାମର ମାନଭଞ୍ଜନ ବେହେରା (୨୧) ଓ ଡମ୍ବରୁ କର୍ମୀ (୨୧)।
ପୋଲିସ ସୁତ୍ରରୁ ପ୍ରକାଶ, ଜାମୁଡୋଲି ଫାଣ୍ଡିର କନଷ୍ଟେବଳ ପ୍ରତାପ ପ୍ରଧାନ ଫାଣ୍ଡିକୁ ଯାଉଥିବା ବେଳେ ଆଠମଲ୍ଲିକ-ବିନିକେୟୀ ରାସ୍ତାର ତିତିଗାଁ ମଦଭାଟି ସମ୍ମୁଖ ମୁଖ୍ୟ ରାସ୍ତା ଉପରେ ଅଭିଯୁକ୍ତମାନେ ମଦ୍ୟପାନ କରୁଥିଲେ। ଅଭିଯୁକ୍ତଙ୍କ ଗାଡିଗୁଡିକ ରାସ୍ତା ମଝିରେ ରଖାଯାଇଥିଲା। ଫଳରେ ଟ୍ରାଫିକ୍ ସମସ୍ୟା ଉପୁଜିଥିଲା। ଏହି ସମୟରେ ପ୍ରତାପ ମଧ୍ୟ ତାଙ୍କ ଗାଡ଼ିକୁ ଆଗକୁ ନେଇ ପାରି ନ ଥିଲେ। ଏ ନେଇ ସେ ଅଭିଯୁକ୍ତମାନଙ୍କୁ ପଚାରିବାରୁ ସେମାନେ ଉତ୍କ୍ଷିପ୍ତ ହୋଇ ତାଙ୍କୁ ମାଡ଼ ମାରିଥିଲେ। ଏଥିସହ ତାଙ୍କର ଦୁଇଟି ମୋବାଇଲ ମଧ୍ୟ ନେଇଯାଇଥିବା ପ୍ରତାପ ଅଭିଯୋଗରେ ଦର୍ଶାଇଛନ୍ତି। ଏ ସଂକ୍ରାନ୍ତରେ ଆଠମଲ୍ଲିକ ପୋଲିସ ନଂ. ୫୪/୧୯ରେ ମାମଲା ରୁଜୁ କରିଛି। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


